ପ୍ରସିଦ୍ଧ ଟ୍ରେଭି ଫାଉଣ୍ଟେନ୍‌ ବୁଲିବାକୁ ଗଲେ ମୋଦି

ରୋମ,୩୧।୧୦: ପାଞ୍ଚ ଦିନିଆ ବିଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଇଟାଲୀର ରାଜଧାନୀ ରୋମରେ ଅଛନ୍ତି। ଜି -୨୦ ଶିଖର ସମ୍ମିଳନୀରେ ଭାଗ ନେବା ଅବସରରେ ସେ ରୋମର ଐହିହ୍ୟ ଉପଭୋଗ କରୁଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ଅନ୍ୟ ବିଶ୍ୱ ନେତାଙ୍କ ସହ ଏଠାରେ ଅବସ୍ଥିତ ପ୍ରସିଦ୍ଧ ଟ୍ରେଭି ଫାଉଣ୍ଟେନ ପରିଦର୍ଶନ କରିଥିଲେ। ଏହା ଇଟାଲୀର ସବୁଠାରୁ ପ୍ରସିଦ୍ଧ ଦର୍ଶନୀୟ ସ୍ମାରକୀ ମଧ୍ୟରୁ ଅନ୍ୟତମ । ଏହି ସ୍ମାରକୀରେ ଅନେକ ଚଳଚ୍ଚିତ୍ର ନିର୍ମାତା ପ୍ରେମର ପ୍ରତୀକ ଭାବରେ ବଡ ପରଦାରେ ଉପସ୍ଥାପନ କରିଛନ୍ତି ।
ଜି-୨୦ ଇଟାଲୀର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରୁ ରବିବାର ଏହି ପ୍ରସଙ୍ଗରେ ଏକ ଟୁଇଟ କରାଯାଇଛି। ଟୁଇଟରେ ଲେଖାଥିଲା, ଜି -୨୦ ପ୍ରତିନିଧି ଦଳର ଅଧ୍ୟକ୍ଷମାନେ ଶିଖର ସମ୍ମିଳନୀର ଦ୍ୱିତୀୟ ଦିନ ସହରର ଆଇକନିକ ଲ୍ୟାଣ୍ଡମାର୍କ ଟ୍ରେଭି ଫାଉଣ୍ଟେନ୍‌କୁ ଯାଇଛନ୍ତି॥ ଏହା ଦୁନିଆର ସବୁଠାରୁ ସୁନ୍ଦର ଫାଉଣ୍ଟେନ ଏବଂ ଏହାର ଟସ୍‌ ପଡିବା ପରମ୍ପରା ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ।
ଏହି ବିଷୟରେ ଜି -୨୦ ଇଟାଲୀ ଦ୍ୱାରା ଏକ ଭିଡିଓ ମଧ୍ୟ ଜାରି କରାଯାଇଛି। ଭିଡିଓରେ, ଫାଉଣ୍ଟେନକୁ ଯାଇଥିବା ପ୍ରତିନିଧିମଣ୍ଡଳର ସଦସ୍ୟମାନେ ଟସ୍‌ ପକାଉଥିବା ନଜର ଆସିଛନ୍ତି। ଟସ୍‌ ପକାଇବାର ଅର୍ଥ ହେଉଛି ତୁମେ ନିଶ୍ଚିତ ଭାବରେ ପୁଣି ଥରେ ରୋମକୁ ଫେରିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri