Posted inଜାତୀୟ

ମୋଦି କରିବେ ବୋଲିଂ ଶାହା କରିବେ ବ୍ୟାଟିଂ, ଭାଜପା ନେତା ରହିବେ ବାଉଣ୍ଡରୀରେ: ବିଶ୍ୱକପ ଫାଇନାଲ ନେଇ ସଞ୍ଜୟଙ୍କ କଟାକ୍ଷ…

ମୁମ୍ବାଇ,୧୯।୧୧ : ଶିବସେନା (ୟୁବିଟି) ଏମପି ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଟାକ୍ଷ କରିଛନ୍ତି। ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପ ଫାଇନାଲ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଭାଜପା ନେତାଙ୍କୁ ସଞ୍ଜୟ ରାଉତକଡ଼ା ସମାଲୋଚନା କରିଛନ୍ତି। ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ସେ କହିଛନ୍ତି ଦେଶରେ ଜାଣିଶୁଣି ବୀଶ୍ୱକପକୁ ନେଇ ପରିସ୍ଥିତି ସୃଷ୍ଟି କରାଯାଇଛି ଯେଭଳି ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହା ବିଶ୍ୱକପ ଫାଇନାଲ ମ୍ୟାଚ ଖେଳିବେ। ସତେ କି ପ୍ରଧାନମନ୍ତ୍ରୀ ମୋଦି ବୋଲିଂ କରିବେ।

ଏହି ପ୍ରତିଯୋଗିତା ସମ୍ପର୍କରେ ସଞ୍ଜୟ ରାଉତ କହିଛନ୍ତି ମୋଦି ସରକାର କ୍ଷମତାକୁ ଆସିବା ପରଠାରୁ ସବୁକିଛି ରାଜନୀତିକରଣ କରାଯାଇଛି। ସବୁକିଛି ପାଇଁ ରାଜନୈତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ରାଜନୀତି କ୍ରିକେଟ ଭିତରକୁ ଆଣିବା ଉଚିତ ନୁହେଁ, କିନ୍ତୁ କଣ କରାଯିବ ଅହମଦାବାଦରେ ଏହା ଘଟୁଛି।

ସଞ୍ଜୟ ରାଉତ ଉପହାସ କରି କହିଛନ୍ତି ଅହମଦାବାଦରେ କ୍ରିକେଟର ରାଜନୀତିକରଣ କରାଯାଉଛି। ଲାଗୁଛି ଯେପରି ପିଏମ ମୋଦି ନିଜେ ବୋଲିଂ କରିବେ ଏବଂ ଅମିତ ଶାହା ବ୍ୟାଟିଂ କରିବେ, ଅବଶିଷ୍ଟ ସମସ୍ତ ନେତା ବାଉଣ୍ଡରୀରେ ଠିଆ ହେବେ। ଏକ କଟାକ୍ଷ କରି ସେ କହିଛନ୍ତି, ଆମେ ଶୁଣିବାକୁ ପାଇବୁ ପ୍ରଧାନମନ୍ତ୍ରୀ ମୋଦି ସେଠାରେ ଥିଲେ ଏବଂ ସେଥିପାଇଁ ଆମେ ବିଶ୍ୱକପ ଜିତିଲୁ । ଆଜିକାଲି ମୋଦି ସରକାର କ୍ଷମତାକୁ ଆସିବା ମାତ୍ରେ ଏହି ଦେଶରେ କିଛି ନୂଆ ନୂଆ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?