Posted inଜାତୀୟ

ବ୍ରିକ୍ସ ସମିଟ୍‌ରେ ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ, ୭।୯: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସ ରାଷ୍ଟ୍ରଗୋଷ୍ଠୀର ତ୍ରୟୋଦଶ ସମିଟ୍‌ ୯ ତାରିଖରେ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଭର୍ଚୁଆଲି ଅଧ୍ୟକ୍ଷତା କରିବେ। ୨୦୧୨ ଏବଂ ୨୦୧୬ ପରେ ଭାରତ ତୃତୀୟ ଥର ପାଇଁ ବ୍ରିକ୍ସ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ଏଥିରେ ବ୍ରାଜିଲ ରାଷ୍ଟ୍ରପତି ଜାଏର ବୋଲସନାରୋ, ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ, ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ୍‌ ରାମାଫୋସା ଯୋଗଦେବେ। ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲ, ନ୍ୟୁ ଡେଭେଲପମେଣ୍ଟ ବ୍ୟାଙ୍କ୍‌ର ଅଧ୍ୟକ୍ଷ ମାର୍କୋସ୍‌ ଟ୍ରୋଜୋ, ବ୍ରିକ୍ସ ବିଜନେସ୍‌ କାଉନସିଲର ବର୍ତ୍ତମାନ ପାଇଁ ଅଧ୍ୟକ୍ଷ ଥିବା ଓଙ୍କାର କନଓ୍ବର ଏବଂ ମହିଳା ବିଜିନେସ୍‌ ଆଲାଏନ୍ସର ବର୍ତ୍ତମାନ ପାଇଁ ଅଧ୍ୟକ୍ଷ ଥିବା ଡ. ସଙ୍ଗୀତା ରେଡ୍ଡୀ ଚଳିତ ବର୍ଷର ବିଭିନ୍ନ ରିପୋର୍ଟ ଉପସ୍ଥାପନ କରିବେ। ଏଥର ସମିଟ୍‌ର ବିଷୟବସ୍ତୁ ରହିଛି, ‘୧୫ ବର୍ଷରେ ବ୍ରିକ୍ସ: ନିରନ୍ତରତା, ଏକୀକରଣ ଏବଂ ସହମତି ପାଇଁ ଆନ୍ତଃସହଯୋଗ’। ସମ୍ମିଳନୀରେ ଅଧ୍ୟକ୍ଷତା କରିବାକୁ ଥିବା ଭାରତ ବହୁପାକ୍ଷିକ ବ୍ୟବସ୍ଥାରେ ସଂସ୍କାର, ଆତଙ୍କବାଦ ନିରୋଧୀ ପଦକ୍ଷେପ, ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ଲାଗି ଡିଜିଟାଲ ଓ ଟେକ୍‌ନୋଲୋଜି ଉପକରଣର ପ୍ରୟୋଗ ଏବଂ ଜନସାଧାରଣଙ୍କ ମଧ୍ୟରେ ଭାବବିନିମୟ ବଢ଼ାଇବା ଉପରେ ଗୁରୁତ୍ୱାରୋପ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri