୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର ଐତିହାସିକ ଛଉ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଙ୍କଳ୍ପ ସମାବେଶରେ ସେ ଯୋଗଦେବେ। ଶନିବାର ରାଜ୍ୟର ୩ଟି ସଂସଦୀୟ କ୍ଷେତ୍ର ଦାୟିତ୍ୱରେ ଥିବା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂରାୱତ ଏବଂ ରାଜ୍ୟ ଭାଜପାର ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି, ଜିଲା ସଭାପତି କାନ୍ଦରା ସୋରେନ, ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ପ୍ରମୁଖ ଛଉ ପଡ଼ିଆରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲା ପ୍ରଶାସନର ଅଧିକାରୀ ଓ ଏସପି ଏସ. ସୁଶ୍ରୀ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଛନ୍ତି । ସେହିପରି ବାଲେଶ୍ୱର ଗସ୍ତ ନେଇ ଶନିବାର ସନ୍ଧ୍ୟାରେ ସହଦେଖଣ୍ଟାସ୍ଥିତ ଲୋକସଭା କାର୍ଯ୍ୟାଳୟ ମାହେଶ୍ୱରୀ ଭବନ ସଭାଗୃହରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏମ୍‌ପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ ନରହରିପୁର ପଡ଼ିଆରେ ଏକ ବିଶାଳ ଜନସମାବେଶକୁ ପ୍ରଧାନମନ୍ତ୍ରୀ ଅପରାହ୍ନ ୧ଟାରେ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri