ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ମୋଦି, ୧୯ଶହ କୋଟିରୁ ଉର୍ଦ୍ଧ ଟଙ୍କାର ପ୍ରକଳ୍ପର କରିବେ ଶିଳାନ୍ୟାସ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଓଡ଼ିଶାର ଯାଜପୁର ଚଣ୍ଡିଖୋଲରେ
୧୯,୬୦୦ କୋଟି ଉର୍ଦ୍ଧ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗ୍ରାଉଣ୍ଡରେ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ପ୍ରଶାସନ। ସେପଟେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି ଖୋଦ ପୋଲିସ ଡିଜି। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିଲେ ସୁଦ୍ଧା ପ୍ରଧାମନ୍ତ୍ରୀଙ୍କ ଗସ୍ତକୁ ନେଇ ଉତ୍ସାହିତ ଭାଜପା ଶିବିର।

ତେବେ ତୈଳ-ଗ୍ୟାସ, ରେଳବାଇ, ସଡକ, ପରିବହନ-ରାଜପଥ ଏବଂ ପରମାଣୁ ଶକ୍ତି କ୍ଷେତ୍ରଗୁଡିଗୁଡିକ ସହିତ ଜଡିତ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି। ପାରାଦୀପ ରିଫାଇନାରୀରେ ଭାରତୀୟ ତୈଳ ନିଗମ ଲିମିଟେଡ ମୋନୋ ଏଥାଲନ ଗ୍ଲାଇକଲ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ସେ ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର
ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ ମଧ୍ୟ ଉଦ୍‌ଘାଟନ କରିବେ। ଭାରତର ପୂର୍ବ ତଟରେ ଆମଦାନୀ ଭିତ୍ତିଭୂମି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ପାରାଦୀପରେ 0.6 MMTPA LPG ଆମଦାନୀ ସୁବିଧାକୁ ମଧ୍ୟ ଉଦ୍‌ଘାଟନ କରିବେ।
ଏହି ଅଞ୍ଚଳରେ ସଡ଼କ ଭିତ୍ତିଭୂମି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ NH-49ର ସିଙ୍ଗଡ଼ା ଠାରୁ ବିଞ୍ଜବାହାଲ ତିଳେଇବନି ଚାରି ଲେନ ବିଭାଗ; NH-୧୮ର ବାଲେଶ୍ୱର ଝରପୋଖରିଆ ବିଭାଗର ଚାରି ଲେନ ଏବଂ NH-16 ର ଟାଙ୍ଗୀ-ଭୁବନେଶ୍ୱର ଚାରି ଲେନ ବିଭାଗକୁ ଦେଶକୁ ଉତ୍ସର୍ଗ କରିବେ । ଚଣ୍ଡିଖୋଲ ପାରାଦୀପ ମଧ୍ୟରେ ଚାରି ଲେନରୁ ଆଠଟି ଲେନ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ।

ଏଥିସହ କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର (ନୂଆଦିଲ୍ଲୀ) ମଧ୍ୟରେ ନୂଆ ଟ୍ରେନ କେନ୍ଦୁଝରଗଡ଼ ରେଳ ଷ୍ଟେସନର ଶୁଭାରମ୍ଭ କରିବେ l କେନ୍ଦ୍ରାପଡା ଜିଲା ମଧ୍ୟଦେଇ ହରିଦାସପୁର-ପାରାଦ୍ୱୀପ ରେଳ ମାର୍ଗରେ ଯାତ୍ରୀବାହୀ ଟ୍ରେନର ଶୁଭାରମ୍ଭ କରିବେ l ଏହା ବ୍ୟତୀତ, ଯାଜପୁର ଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ ସେବା ମଧ୍ୟ ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri