ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ମୋଦି, ୧୯ଶହ କୋଟିରୁ ଉର୍ଦ୍ଧ ଟଙ୍କାର ପ୍ରକଳ୍ପର କରିବେ ଶିଳାନ୍ୟାସ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଓଡ଼ିଶାର ଯାଜପୁର ଚଣ୍ଡିଖୋଲରେ
୧୯,୬୦୦ କୋଟି ଉର୍ଦ୍ଧ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗ୍ରାଉଣ୍ଡରେ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ପ୍ରଶାସନ। ସେପଟେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି ଖୋଦ ପୋଲିସ ଡିଜି। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିଲେ ସୁଦ୍ଧା ପ୍ରଧାମନ୍ତ୍ରୀଙ୍କ ଗସ୍ତକୁ ନେଇ ଉତ୍ସାହିତ ଭାଜପା ଶିବିର।

ତେବେ ତୈଳ-ଗ୍ୟାସ, ରେଳବାଇ, ସଡକ, ପରିବହନ-ରାଜପଥ ଏବଂ ପରମାଣୁ ଶକ୍ତି କ୍ଷେତ୍ରଗୁଡିଗୁଡିକ ସହିତ ଜଡିତ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି। ପାରାଦୀପ ରିଫାଇନାରୀରେ ଭାରତୀୟ ତୈଳ ନିଗମ ଲିମିଟେଡ ମୋନୋ ଏଥାଲନ ଗ୍ଲାଇକଲ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ସେ ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର
ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ ମଧ୍ୟ ଉଦ୍‌ଘାଟନ କରିବେ। ଭାରତର ପୂର୍ବ ତଟରେ ଆମଦାନୀ ଭିତ୍ତିଭୂମି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ପାରାଦୀପରେ 0.6 MMTPA LPG ଆମଦାନୀ ସୁବିଧାକୁ ମଧ୍ୟ ଉଦ୍‌ଘାଟନ କରିବେ।
ଏହି ଅଞ୍ଚଳରେ ସଡ଼କ ଭିତ୍ତିଭୂମି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ NH-49ର ସିଙ୍ଗଡ଼ା ଠାରୁ ବିଞ୍ଜବାହାଲ ତିଳେଇବନି ଚାରି ଲେନ ବିଭାଗ; NH-୧୮ର ବାଲେଶ୍ୱର ଝରପୋଖରିଆ ବିଭାଗର ଚାରି ଲେନ ଏବଂ NH-16 ର ଟାଙ୍ଗୀ-ଭୁବନେଶ୍ୱର ଚାରି ଲେନ ବିଭାଗକୁ ଦେଶକୁ ଉତ୍ସର୍ଗ କରିବେ । ଚଣ୍ଡିଖୋଲ ପାରାଦୀପ ମଧ୍ୟରେ ଚାରି ଲେନରୁ ଆଠଟି ଲେନ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ।

ଏଥିସହ କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର (ନୂଆଦିଲ୍ଲୀ) ମଧ୍ୟରେ ନୂଆ ଟ୍ରେନ କେନ୍ଦୁଝରଗଡ଼ ରେଳ ଷ୍ଟେସନର ଶୁଭାରମ୍ଭ କରିବେ l କେନ୍ଦ୍ରାପଡା ଜିଲା ମଧ୍ୟଦେଇ ହରିଦାସପୁର-ପାରାଦ୍ୱୀପ ରେଳ ମାର୍ଗରେ ଯାତ୍ରୀବାହୀ ଟ୍ରେନର ଶୁଭାରମ୍ଭ କରିବେ l ଏହା ବ୍ୟତୀତ, ଯାଜପୁର ଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ ସେବା ମଧ୍ୟ ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri