୧୭ରେ ଓଡ଼ିଶା ଆସିବେ ମୋଦି: ତାଙ୍କ ହାତରେ ହେବ ସୁଭଦ୍ରା ଶୁଭାରମ୍ଭ

ଭୁବନେଶ୍ୱର,୨୫।୮: ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନ ମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।

 

ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଆସନ୍ତୁ ଏହି ଯୋଜନାର ଲାଭ ପାଇବା ପାଇଁ କିପରି ଆବେଦନ କରିବେ।

ସରକାର ପ୍ରକାଶ କରିଥିବା ବିସ୍ତୃତ ଏସଓପିରେ ସୁଭଦ୍ରା ଯୋଜନା ପାଇଁ କିଭଳି ଆବେଦନ କରିବେ ସେନେଇ ସୂଚନା ଦେଇଛନ୍ତି। ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀମାନେ ଆବେଦନ କରିପାରିବେ। ଏଥିସହିତ ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ରରେ ମଧ୍ୟ ଆବେଦନ କରିହେବ। ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ, ଯେଉଁଥିରେ ଲୋକେ ଆବେଦନ କରିବେ। ସେହିପରି ଯୋଜନା ସମ୍ପର୍କିତ ସୂଚନା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।

ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମଧ୍ୟ ସହାୟତା ମିଳିବନି। ଏପରିକି ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମଧ୍ୟ ସୁଭଦ୍ରା ଯୋଜନାରେ ସହାୟତା ମିଳିବନି। ଏହାର କାର୍ଯ୍ୟକାରିତା ତଦାରଖ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ସୋସାଇଟି ଗଠନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri