ଓଡ଼ିଶା ଆସିବେ ମୋଦି: ଏହି ୪ ପ୍ରସଙ୍ଗକୁ ଭାଜପାର ଗୁରୁତ୍ୱ

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର):ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ରାଜ୍ୟବାସୀଙ୍କ ପ୍ରିୟଭାଜନ ହୋଇପାରିଛି। ଶ୍ରୀମନ୍ଦିରର ୪ ଦୁଆର ଖୋଲିବାଠାରୁ ଆରମ୍ଭକରି ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରାଯାଇ ୪୬ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ଦିଆଯାଇଛି। ୫୮ ସବ୍‌ଡିଭିଜନରେ ଶୀତଳଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ହୋଇଛି। ମହିଳଙ୍କୁ ସଶକ୍ତୀକରଣ କରିବା ପାଇଁ ସୁଭଦ୍ରା ଯୋଜନାର ଆରମ୍ଭ କରାଯାଇଛି। ଶ୍ରୀମନ୍ଦିରର ଉନ୍ନତି ପାଇଁ ୫୦୦ କୋଟି ଏବଂ ଓଡ଼ିଆ ଅସ୍ମିତାର ପ୍ରଚାରପ୍ରସାର ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଭାଜପା ସରକାରର ମାତ୍ର ୧୦୦ ଦିନର ଏହି ଉପଲବ୍ଧିକୁ ବ୍ୟାପକ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଦାୟିତ୍ୱ ନେବା ଲାଗି ଗୁରୁବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହା ଆଲୋଚନା କରାଯାଇଛି। ଏହା ବ୍ୟତୀତ ସଙ୍ଗଠନ ପର୍ବ ‘ସଦସ୍ୟତା ଅଭିଯାନ-୨୦୨୪’ ଏବଂ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଆଗମନ ସମ୍ପର୍କରେ ଆଲୋଚନା କରାଯାଇଛି।

ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ମାନସ ମହାନ୍ତି, ମନ୍ତ୍ରୀ ଓ ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ।

ବୈଠକ ପ୍ରସଙ୍ଗରେ ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଥିଲେ, ଏଥିରେ ମୁଖ୍ୟତଃ ସଦସ୍ୟତା ଅଭିଯାନ, ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ, ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ଏବଂ ୧୦୦ ଦିନ ଭାଜପା ସରକାରର ଉପଲବ୍ଧି ଭଳି ପ୍ରମୁଖ ୪ଟି ପ୍ରସଙ୍ଗରେ ଆଲୋଚନା କରାଯାଇ ଆଗାମୀ ଦିନ ପାଇଁ ରୋଡ୍‌ମ୍ୟାପ୍‌ ପସ୍ତୁତ କରାଯାଇଛି। ସଦସ୍ୟତା ଅଭିଯାନକୁ କିପରି ବ୍ୟାପକ କରିହେବ ସେ ପ୍ରସଙ୍ଗରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ପ୍ରତି ବିଧାନସଭା କ୍ଷେତ୍ରରେ ଲକ୍ଷେରୁ ଊର୍ଦ୍ଧ୍ୱ ସଦସ୍ୟ ସଂଗ୍ରହ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ସହରଠାରୁ ଆରମ୍ଭ କରି ବ୍ଲକ୍‌, ପଞ୍ଚାୟତ, ଗ୍ରାମସ୍ତରରେ କିପରି ଅଧିକ ସଦସ୍ୟ ଭାଜପାରେ ସାମିଲ ହେବେ ସେନେଇ ଯୋଜନା ପ୍ରସ୍ତୁତ କରାଯାଇଛି। ସୂଚନାଯୋଗ୍ୟ, ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ ଅବସରରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri