ଆଜି ୯୧ ଏଫ୍‌ଏମ୍‌ ଟ୍ରାନ୍ସମିଟର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଯୋଗେ ଓଡ଼ିଶା ସମେତ ୧୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୮୪ଟି ଜିଲାରେ ୯୧ ଏଫ୍‌ଏମ୍‌ ଟ୍ରାନ୍ସମିଟର ଉଦ୍‌ଘାଟନ କରିବେ। ଆକାଂକ୍ଷୀ ଜିଲା ଓ ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ ଏଫ୍‌ଏମ୍‌ ଟ୍ରାନ୍ସମିଶନ ସେବା ବଢ଼ାଇବା ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ଓଡ଼ିଶା ବ୍ୟତୀତ ଏଫ୍‌ଏମ୍‌ ଟ୍ରାନ୍ସମିଟର ସ୍ଥାପନ ହୋଇଥିବା ଅନ୍ୟ ରାଜ୍ୟଗୁଡ଼ିକ ହେଲା ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ନାଗାଲାଣ୍ଡ, ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ତେଲେଙ୍ଗାନା, କେରଳ, ଛତିଶଗଡ଼, ଗୁଜରାଟ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ଲଦାଖ। ଏହାଦ୍ୱାରା ଅଧିକ ୨ କୋଟି ଲୋକ ଆକାଶବାଣୀର ଏଫ୍‌ଏମ୍‌ ସେବା ପାଇପାରିବେ।
ଓଡ଼ିଶାର ୭ଟି ସ୍ଥାନ ଯଥା କେନ୍ଦ୍ରାପଡ଼ା ଜିଲାର ଗୋପ, ନବରଙ୍ଗପୁର, ଗଜପତିର ମୋହନା, ବରଗଡ଼, କନ୍ଧମାଳର ଫୁଲବାଣୀ, କୋରାପୁଟ ଏବଂ ମାଲକାନଗିରିଠାରେ ଏହି ଏଫ୍‌ଏମ୍‌ ଟ୍ରାନ୍ସମିଟର ଲୋକାର୍ପିତ ହେବ। ଏଗୁଡିକର କ୍ଷମତା ୧୦୦ ଓ୍ବାଟ୍‌ ରହିଥିବାବେଳେ ୧୫ରୁ ୨୦ କିଲୋମିଟର ପରିସର ମଧ୍ୟରେ ଶୁଣାଯାଇ ପାରିବ। ଆକାଶବାଣୀରେ ପ୍ରଧାନମନ୍ତ୍ରୀ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଆସନ୍ତା ରବିବାର ଏହି କାର୍ଯ୍ୟକ୍ରମ ୧୦୦ତମ ଅଧ୍ୟାୟ ପୂରଣ କରିବାକୁ ଯାଉଥିବାରୁ ଆକାଶବାଣୀର ଲୋକପ୍ରିୟତା ବଢ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri