Posted inଜାତୀୟ

୪୭ ଆସନରେ ବିଜୟୀ ହେବାକୁ ମୋଦି କରିବେ ମହାରାଲି

ନୂଆଦିଲ୍ଲୀ,୧୪।୧: ଆଦିବାସୀ ସମ୍ପ୍ରଦାୟ ପାଇଁ ଲୋକ ସଭାରେ ୪୭ ଟି ଆସନ ସଂରକ୍ଷିତ ରହିଛି, ଯାହା ଦେଶର ଜନସଂଖ୍ୟାର ପ୍ରାୟ ୯ ପ୍ରତିଶତ ଅଟେ। ୨୦୧୪ରେ ଭାଜପା ଏଥିରୁ ୨୭ଟି ଆସନରେ ଜିତିଥିଲା। ୨୦୧୯ ନିର୍ବାଚନରେ ଏହି ସଂଖ୍ୟା ୩୧କୁ ବୃଦ୍ଧି ପାଇଛି। ଭାଜପା ଏହାର ପ୍ରଦର୍ଶନରେ ଉନ୍ନତି ଆଣିବାକୁ ଚାହୁଁଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃୟାରୀରେ ଝାଡ଼ଖଣ୍ଡ-ଗୁଜରାଟରେ ଦୁଇଟି ରାଲିରେ ସମ୍ବୋଧିତ କରିପାରନ୍ତି। ଆଦିବାସୀ ସମାଜକୁ ଦୃଷ୍ଟିରେ ରଖି ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହି ୪୭ଟି ଆସନରେ ଦଳର ବିଜୟ ନିଶ୍ଚିତ କରିବାକୁ ଚେଷ୍ଟା କରିବେ।
‘ପ୍ରଧାନମନ୍ତ୍ରୀ ଜନ ମନ ଯୋଜନା’ ମାଧ୍ୟମରେ ଆଦିବାସୀ ସମାଜର ସ୍ଥିତି ସୁଧାରିବା ପାଇଁ କେନ୍ଦ୍ର ସରକାର ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଥିଲେ। ଏହା ଅଧୀନରେ ୯ ପ୍ରମୁଖ ମନ୍ତ୍ରଣାଳୟ ଦେଶର ୧୦୦ଟି ଆଦିବାସୀ ପ୍ରାଧାନ୍ୟ ଜିଲାରେ ଆଦିବାସୀ ସମ୍ପ୍ରଦାୟ ମଧ୍ୟରେ ଶିବିର ସ୍ଥାପନ କରି ସେମାନଙ୍କ ବିକାଶ ପାଇଁ କାର୍ଯ୍ୟ କରିବାକୁ ଯାଉଥିଲେ। ଏହା ଅଧୀନରେ ସମସ୍ତ ଆଦିବାସୀଙ୍କ ଆଧାର କାର୍ଡ ତିଆରି କରିବା, ଜନ ଧନ ଖାତା ଖୋଲିବା, ଆୟୁଷ୍ମାନ ଯୋଜନା ଏବଂ ଉଜ୍ୱଳା ଯୋଜନାର ଲାଭ ପ୍ରଦାନ କରିବା, କିଷାନ କ୍ରେଡିଟ କାର୍ଡ ତିଆରି କରିବା ଏବଂ ଯୋଗ୍ୟ କୃଷକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା ଯୋଜନାର ସୁବିଧା ପ୍ରଦାନ କରିବା ଉଦ୍ଦେଶ୍ୟ ଥିଲା। ଏଥିପାଇଁ ୨୪ ହଜାର କୋଟି ଟଙ୍କା ମଧ୍ୟ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri