Posted inଜାତୀୟ

୪୭ ଆସନରେ ବିଜୟୀ ହେବାକୁ ମୋଦି କରିବେ ମହାରାଲି

ନୂଆଦିଲ୍ଲୀ,୧୪।୧: ଆଦିବାସୀ ସମ୍ପ୍ରଦାୟ ପାଇଁ ଲୋକ ସଭାରେ ୪୭ ଟି ଆସନ ସଂରକ୍ଷିତ ରହିଛି, ଯାହା ଦେଶର ଜନସଂଖ୍ୟାର ପ୍ରାୟ ୯ ପ୍ରତିଶତ ଅଟେ। ୨୦୧୪ରେ ଭାଜପା ଏଥିରୁ ୨୭ଟି ଆସନରେ ଜିତିଥିଲା। ୨୦୧୯ ନିର୍ବାଚନରେ ଏହି ସଂଖ୍ୟା ୩୧କୁ ବୃଦ୍ଧି ପାଇଛି। ଭାଜପା ଏହାର ପ୍ରଦର୍ଶନରେ ଉନ୍ନତି ଆଣିବାକୁ ଚାହୁଁଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃୟାରୀରେ ଝାଡ଼ଖଣ୍ଡ-ଗୁଜରାଟରେ ଦୁଇଟି ରାଲିରେ ସମ୍ବୋଧିତ କରିପାରନ୍ତି। ଆଦିବାସୀ ସମାଜକୁ ଦୃଷ୍ଟିରେ ରଖି ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହି ୪୭ଟି ଆସନରେ ଦଳର ବିଜୟ ନିଶ୍ଚିତ କରିବାକୁ ଚେଷ୍ଟା କରିବେ।
‘ପ୍ରଧାନମନ୍ତ୍ରୀ ଜନ ମନ ଯୋଜନା’ ମାଧ୍ୟମରେ ଆଦିବାସୀ ସମାଜର ସ୍ଥିତି ସୁଧାରିବା ପାଇଁ କେନ୍ଦ୍ର ସରକାର ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଥିଲେ। ଏହା ଅଧୀନରେ ୯ ପ୍ରମୁଖ ମନ୍ତ୍ରଣାଳୟ ଦେଶର ୧୦୦ଟି ଆଦିବାସୀ ପ୍ରାଧାନ୍ୟ ଜିଲାରେ ଆଦିବାସୀ ସମ୍ପ୍ରଦାୟ ମଧ୍ୟରେ ଶିବିର ସ୍ଥାପନ କରି ସେମାନଙ୍କ ବିକାଶ ପାଇଁ କାର୍ଯ୍ୟ କରିବାକୁ ଯାଉଥିଲେ। ଏହା ଅଧୀନରେ ସମସ୍ତ ଆଦିବାସୀଙ୍କ ଆଧାର କାର୍ଡ ତିଆରି କରିବା, ଜନ ଧନ ଖାତା ଖୋଲିବା, ଆୟୁଷ୍ମାନ ଯୋଜନା ଏବଂ ଉଜ୍ୱଳା ଯୋଜନାର ଲାଭ ପ୍ରଦାନ କରିବା, କିଷାନ କ୍ରେଡିଟ କାର୍ଡ ତିଆରି କରିବା ଏବଂ ଯୋଗ୍ୟ କୃଷକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା ଯୋଜନାର ସୁବିଧା ପ୍ରଦାନ କରିବା ଉଦ୍ଦେଶ୍ୟ ଥିଲା। ଏଥିପାଇଁ ୨୪ ହଜାର କୋଟି ଟଙ୍କା ମଧ୍ୟ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri