Posted inଜାତୀୟ

୩ ମାସ ପର୍ଯ୍ୟନ୍ତ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ କରିବେନି ମୋଦି, ନିଜେ ଦେଲେ ଏହି ସୂଚନା

ନୂଆଦିଲ୍ଲୀ,୨୫ା୨: ଲୋକପ୍ରିୟ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ସହ ରବିବାର କଥାବାର୍ତ୍ତା କରିଛନ୍ତି। ଏହି ଅବସରରେ ସେ ଡ୍ରୋନ୍‌ ଦିଦିଙ୍କ ସହ କଥା ହୋଇଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଯେ ଦେଶରେ ନମୋ ଦିଦି ଡ୍ରୋନ୍‌ ଉପରେ ଆଲୋଚନା ହେଉଛି। ମହିଳା ଶକ୍ତି ପ୍ରତ୍ୟେକ କ୍ଷେତ୍ରରେ ଆଗରେ ଅଛି। ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ‘କିଛି ଦିନ ପରେ ମାର୍ଚ୍ଚ ୮ରେ ଆମେ ମହିଳା ଦିବସ ପାଳନ କରିବୁ। ଏହି ବିଶେଷ ଦିନ ଦେଶର ବିକାଶରେ ମହିଳାଙ୍କ ଅବଦାନକୁ ନମସ୍କାର କରିବାର ସୁଯୋଗ ପ୍ରଦାନ କରିଥାଏ। ମହାନ କବି ଭରତିୟାର କହିଛନ୍ତି, ଯେତେବେଳେ ମହିଳାମାନଙ୍କୁ ସମାନ ସୁଯୋଗ ଦିଆଯିବ ସେତେବେଳେ ବିଶ୍ୱ ବିଶ୍ୱ ଫୁଲଫଳରେ ଭରିଯିବ। ଏହା ‘ମନ୍‌ କି ବାତ୍‌’ର ୧୧୦ ତମ ଏପିସୋଡ୍‌ ଥିଲା। ଏଥିସହ ପ୍ରଧାନମନ୍ତ୍ରୀ କହିଛନ୍ତି, ମାର୍ଚ୍ଚରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ହେତୁ ଆଚରଣ ବିଧି କାର୍ଯ୍ୟକାରୀ ହେବ, ତେଣୁ ଆସନ୍ତା ୩ ମାସ ପାଇଁ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ପ୍ରସାରଣ ହେବ ନାହିଁ।

प्रधानमंत्री नरेंद्र मोदी मन की बात कार्यक्रम में देशवासियों को संबोधित करते हैं.

ମାସିକ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ରେ ପ୍ରଧାନମନ୍ତ୍ରୀ କହିଛନ୍ତି,’ ଆଜି ଭାରତର ମହିଳା ଶକ୍ତି ପ୍ରତ୍ୟେକ କ୍ଷେତ୍ରରେ ପ୍ରଗତିର ନୂତନ ଉଚ୍ଚତାକୁ ସ୍ପର୍ଶ କରୁଛି। ଆଜି ପ୍ରତ୍ୟେକ ଗ୍ରାମରେ ଡ୍ରୋନ୍‌ ଦିଦି ଉପରେ ଆଲୋଚନା ହେଉଛି। ସମସ୍ତଙ୍କ ଓଠରେ ନମୋ ଡ୍ରୋନ୍‌ ଦିଦି, ନମୋ ଡ୍ରୋନ୍‌ ଦିଦି ରହିଛି। ଏହି ନମୋ ଡ୍ରୋନ୍‌ ଦିଦି ଦେଶରେ କୃଷିକୁ ଆଧୁନିକୀକରଣ କରିବା ପାଇଁ ଏକ ଉତ୍ତମ ମାଧ୍ୟମ ପାଲଟିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାସାୟନିକ ପଦାର୍ଥ ହେତୁ ଆମ ମାତୃ ଯନ୍ତ୍ରଣା, ହେଉଛି। ଦେଶର ମାତୃଶକ୍ତି ଏକ ବଡ଼ ଖେଳୁଛି। ଆମ ପୃଥିବୀ ମା’କୁ ବଞ୍ଚାଇବା ପାଇଁ ମାତୃଶକ୍ତିର ବଡ଼ ଭୂମିକା ରହିଛି ବୋଲି ପ୍ରଧାନନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri