Posted inଜାତୀୟ

‘୨୦୨୯ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ ମୋଦି’

ପାଟନା,୧୨।୮: ବିହାରରେ ଏନଡିଏ ସହ ସମ୍ପର୍କ ଭାଙ୍ଗିବା ପରେ ଭାରତୀୟ ଜନତା ପାର୍ଟିର ନେତାମାନେ ନୀତୀଶ କୁମାରଙ୍କ ଉପରେ ଆକ୍ରମଣ କରୁଛନ୍ତି। କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଗିରିରାଜ ସିଂ ନୀତୀଶ କୁମାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ୨୦୧୪ରେ ଯେଉଁମାନେ ଆସିଛନ୍ତି ସେମାନେ ୨୦୨୪ରେ ରହିବେ ନାହିଁ ବୋଲି ନୀତୀଶ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାର ପାଲଟା ଜବାବ ଦେଇ ଗିରିରାଜ କହିଛନ୍ତି, ମୋଦି କେବଳ ୨୦୨୪ରେ ନୁହେଁ ବରଂ ୨୦୨୯ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ। ଭାଜପା ସହ ମେଣ୍ଟ ଭାଙ୍ଗିବାକୁ ନୀତୀଶ କୁମାରଙ୍କ ଉଦ୍ଦେଶ୍ୟ ସ୍ପଷ୍ଟ ହୋଇଛି। ସେ ପ୍ରଧାନମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଛନ୍ତି, ଯାହା କେବେ ପୂରଣ ହେବ ନାହିଁ।
ଏହାପୂର୍ବରୁ ଗିରିରାଜ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦଙ୍କ ଏକ ପୁରୁଣା ମନ୍ତବ୍ୟକୁ ନେଇ ନୀତୀଶ କୁମାରଙ୍କୁ ଘେରିଥିଲେ। ୨୦୧୭ରେ ନୀତୀଶ ମହାମେଣ୍ଟ ଛାଡି ଭାଜପା ସହ ହାତ ମିଳାଇ ସରକାର ଗଠନ କରିଥିଲେ। ସେତେବେଳେ ଲାଲ ଟୁଇଟ୍‌ ଯୋଗେ ନୀତୀଶ ଏକ ସାପ, ଯେପରି ସାପ କାତି ଛାଡିଥାଏ, ନୀତୀଶଙ୍କ ମଧ୍ୟ ଗୋଟିଏ ଚର୍ମ ଛାଡିଥାଏ ଏବଂ ପ୍ରତି ୨ ବର୍ଷରେ ଥରେ ସାପର ନୂଆ ଚମଡା ତିଆରି ହୁଏ ବୋଲି କହିଥିଲେ। ସେହି ଟୁଇଟ୍‌ର ସ୍କ୍ରିନସଟ୍‌ ଶେୟାର କରି ଗିରିରାଜ ସିଂ କହିଥିଲେ, ଲାଲୁ ଜୀ ସାପ ଆପଣଙ୍କ ଘରେ ପ୍ରବେଶ କରିଛି।
ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗି ଯାଇଥିଲା। ଜେଡିୟୁର ଅଭିଯୋଗ ଥିଲା ଦଳ ଭିତରେ ନୀତୀଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଥିଲା। ଶେଷରେ ଭାଜପାଠାରୁ ଦୂରେଇ ନୀତୀଶ କୁମାର ଆରଜେଡି ସହ ମିଶି ରାଜ୍ୟରେ ସରକାର ଗଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri