Posted inଜାତୀୟ

ଏହି ଦିନ ୫୬ ଇଞ୍ଚର ଛାତି ଦେଖାଇବେ ମୋଦି: କାହିଁକି ଏମିତି କହିଲେ ଓଓ୍ବାଇସି

ନୂଆଦିଲ୍ଲୀ,୭।୮: ଆମେରିକା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିବା ପରେ ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ ଲୋକସଭା ଏମ୍‌ପି ଅସଦୁଦ୍ଦିନ ଓଓ୍ବାଇସି କେନ୍ଦ୍ର ସରକାରଙ୍କୁ କଡ଼ା ଆକ୍ରମଣ କରିଛନ୍ତି। ସେ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ଟ୍ରମ୍ପ ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍‌ ଲାଗୁ କରିଛନ୍ତି, ଏହାକୁ ୫୦% ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି କାରଣ ଆମେ ରୁଷିଆରୁ ତେଲ କିଣିଛୁ। ଏହା କୂଟନୀତି ନୁହେଁ, ବରଂ ଏକ ବିଦ୍ୱାନଙ୍କ ଧମକ ଯିଏ ସ୍ପଷ୍ଟ ଭାବରେ ବୁଝିପାରୁନାହିଁ ଯେ ବିଶ୍ୱ ବାଣିଜ୍ୟ କିପରି କାମ କରେ।

ଓଓ୍ବାଇସି ଲେଖିଛନ୍ତି ଯେ, ଏହି ଟାରିଫ୍‌ ଭାରତୀୟ ରପ୍ତାନିକାରୀ, MSMI ଏବଂ ନିର୍ମାତାଙ୍କୁ କ୍ଷତି ପହଞ୍ଚାଇବ। ଏହା ଯୋଗାଣ ଶୃଙ୍ଖଳାକୁ ବାଧା ଦେବ, ବିଦେଶୀ ପ୍ରତ୍ୟକ୍ଷ ନିବେଶ (FDI) ବନ୍ଦ କରିବ ଏବଂ ଚାକିରି ଉପରେ ଏକ ବଡ଼ ପ୍ରଭାବ ପକାଇବ, କିନ୍ତୁ ନରେନ୍ଦ୍ର ମୋଦି ଏହାକୁ ନେଇ କେବେ ଚିନ୍ତା କରିବେ। ଭାଜପାର ଶକ୍ତିଶାଳୀ ବ୍ୟକ୍ତିମାନେ ଏବେ କେଉଁଠି ବୋଲି ସେ ପ୍ରଶ୍ନ କରିଛନ୍ତି। ଗତ ଥର ମୁଁ ପଚାରିଥିଲି ଯେ, ଟ୍ରମ୍ପ ୫୬ ପ୍ରତିଶତ ଶୁଳ୍କ ଲାଗୁ କଲେ ମୋଦି ଜୀ ତାଙ୍କର ୫୬ ଇଞ୍ଚ ଛାତି ଦେଖାଇବେ କି? ଟ୍ରମ୍ପ ୫୦%ରେ ଅଟକିଗଲେ। ହୁଏତ ସେ ଆମର ନନ୍‌ବାୟୋଜେିକାଲ ପ୍ରଧାନମନ୍ତ୍ରୀଙ୍କୁ ଭୟ କରୁଛନ୍ତି।

ସୂଚନାଯୋଗ୍ୟ, ଭାରତରୁ ଆମଦାନୀ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଘୋଷଣା କରାଯାଇଥିବା ୨୫ ପ୍ରତିଶତ ଟାରିଫ୍‌ର ପ୍ରଥମ ପର୍ଯ୍ୟାୟ ଆଜିଠାରୁ ଠାରୁ କାର୍ଯ୍ୟକାରୀ ହୋଇଛି। ଗତ ସପ୍ତାହରେ, ହ୍ବାଇଟ ହାଉସ ଘୋଷଣା କରିଥିଲା ଯେ, ଭାରତକୁ ୨୫ ପ୍ରତିଶତ ଟାରିଫ୍‌ ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri