Posted inଜାତୀୟ

ଆଜିଠୁ ଧ୍ୟାନରେ ବସିବେ ମୋଦି

ନୂଆଦିଲ୍ଲୀ,୩୦ା୫(ପି.ଟି.)ଜୁନ୍‌ ୧ରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ହେବାକୁ ଥିବାବେଳେ ମେ’ ୩୦ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର କନ୍ୟାକୁମାରୀସ୍ଥିତ ବିବେକାନନ୍ଦ ରକ୍‌ରେ ୪୮ ଘଣ୍ଟିଆ ଧ୍ୟାନରେ ବସିବେ। ମୋଦିଙ୍କ ଧ୍ୟାନମୁଦ୍ରାର ଦୃଶ୍ୟ ଟିଭି ଚ୍ୟାନେଲଗୁଡ଼ିକରେ ଯେପରି ପ୍ରସାରଣ କରା ନ ଯିବ, ତାହା ସୁନିଶ୍ଚିତ କରିବା ପାଇଁ କଂଗ୍ରେସ ବୁଧବାର ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରସ୍ଥ ହୋଇଛି। କଂଗ୍ରେସ ନେତା ରଣଦୀପ ସୂର୍ଯଓ୍ବୋଲା, ଅଭିଷେକ ସିଂଘଭି ଓ ସୟେଦ ନାସିର ହୁସେନ୍‌ ଇସିଙ୍କୁ ଭେଟି ଏ ସଂକ୍ରାନ୍ତରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସେଥିରେ ଗତ କିଛିଦିନ ମଧ୍ୟରେ ଭାଜପା ପକ୍ଷରୁ ୨୭ ଥର ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ମୋଦିଙ୍କ ବାରାଣସୀ ସଂସଦୀୟ ଆସନରେ ଭୋଟ ଗ୍ରହଣର ଦିନକ ପୂର୍ବରୁ କନ୍ୟାକୁମାରୀର ଧ୍ୟାନ ମଣ୍ଡପମ୍‌ରେ ଧ୍ୟାନ କାର୍ଯ୍ୟକ୍ରମ ସାଇଲେନ୍ସ ପିରିୟଡ୍‌ର ଖୋଲା ଉଲ୍ଲଂଘନ ବୋଲି କଂଗ୍ରେସ କହିଛି। ସେହିପରି ମୋଦିଙ୍କ ଧ୍ୟାନ ବେଳର ଦୃଶ୍ୟ ଟିଭିରେ ଦେଖାଇଲେ, ତୃଣମୂଳ କଂଗ୍ରେସ ମଧ୍ୟ ଇସିଙ୍କ ନିକଟରେ ଅଭିଯୋଗ କରିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri