ଭାଜପା କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ମୋଦି, କରିବେ ରାତ୍ରି ଭୋଜନ

ଭୁବନେଶ୍ୱର, ୨୮ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ତେବେ ଏ ନେଇ ସୂଚନା ଦେଇ ଗୁରୁବାର ଭାଜପା ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ୨ାଦି ଘଣ୍ଟା ରହିବେ। ସେଠାରେ ସାରେ ସାଢ଼େ ୬ରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ତାଙ୍କ ରହିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ମନ୍ତ୍ରୀ, ଏମ୍‌ପି, ବିଧାୟକ, ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ରହିବେ। ଏହା ସହ ପାର୍ଟି ଅଫିସରେ ରାତ୍ରି ଭୋଜନ କରିବେ ପ୍ରଧାନମନ୍ତ୍ରୀ। ତେବେ ଏହା ସବୁଠାରୁ ଐତିହାସିକ ଘଟଣା କି ପ୍ରଥମ କରି ଜଣେ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ୩ ଦିନ ରହିବେ।

ମିଳିଥିବା ସୂଚନା ମୁତାବକ, ୨୯ ତାରିଖ ଅପରାହ୍ନ ୪ଟା ୨୦ରେ ବିମାନବନ୍ଦର ରେ ପହଞ୍ଚିବେ। ୪ଟା ୩୦ରୁ ୫ଟା ପର୍ଯ୍ୟନ୍ତ ବିମାବନ୍ଦରରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି। ୫ଟାରୁ ରାଜଭବନ ଅଭିମୁଖେ ଗସ୍ତ କରିବେ। ୫ଟା ୧୫ରୁ ୬ଟା ୧୫ ପର୍ଯ୍ୟନ୍ତ ରାଜଭବନରେ ରହିବେ। ୬ଟା ୨୦ରୁ ରାଜଭବନରୁ ବାହାରି ଭାଜପା ରାଜ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବେ। ସେଠାରେ ଦଳର ବିଧାୟକ, ମନ୍ତ୍ରୀ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ଏମ୍‌ପିମାନଙ୍କ ସହ ବୈଠକ କରିବେ। ଏହି ଅବସରରେ ସେ ଉଭୟ ଦଳ ଓ ସରକାରୀ କାର୍ଯ୍ୟକ୍ରମ ନେଇ ସମୀକ୍ଷା କରିବେ। ୭ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ। ୮ଟା ୩୦ରେ ରାଜ୍ୟ କାର୍ଯ୍ୟାଳୟରୁ ବାହାରି ୮ଟା ୪୫ରେ ରାଜଭବନରେ ପହଞ୍ଚିବେ। ସେଠାରେ ରାତ୍ରିଯାପନ କରିବେ। ଏହାପରେ ୩୦ ତାରିଖ ସକାଳ ୮ଟା ୩୦ରେ ରାଜଭବନରୁ ବାହାରି ସିଧାସଳଖ ଲୋକସେବା ଭବନ କନ୍‌ଭେନସନ ସେଣ୍ଟରଠାରେ ଆୟୋଜିତ ଡିଜିପି ସମ୍ମିଳନୀରେ ଯୋଗଦେବେ। ସେଠାରେ ସେ ରାତି ୮ଟା ପର୍ଯ୍ୟନ୍ତ ରହିବେ। ଏହାପରେ ସେ ରାତି ୮ଟାରେ ସିଧାସଳଖ ରାଜଭବନ ଯିବେ। ସେହିପରି ୧ ତାରିଖ ସକାଳ ୮ଟା ୨୫ରେ ରାଜଭବନରୁ ବାହାରି ୮ଟା ୩୦ରେ ଡିଜିପି ସମ୍ମିଳନୀରେ ଯୋଗଦେବେ। ୪ଟା ୧୫ ପର୍ଯ୍ୟନ୍ତ କନ୍‌ଭେନସନ ସେଣ୍ଟରଠାରେ ରହିବେ। ୪ଟା ୩୦ରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨୯ ତାରିଖ ମଧ୍ୟାହ୍ନରେ ଓଡ଼ିଶା ଗସ୍ତରେ ଆସି ଡିଜିପି ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ଶାହା ମଧ୍ୟ ୩ ଦିନ ଧରି ଓଡ଼ିଶାରେ ରହିବେ।
ଉଭୟ ମୋଦି ଏବଂ ଶାହାଙ୍କ ଓଡ଼ିଶାରେ ୩ ଦିନ ଅବସ୍ଥାନକୁ ନେଇ ରାଜନୈତିକ ମହଲରେ ଭିନ୍ନ ଧରଣର ଆଲୋଚନା ଲାଗି ରହିଛି। ରାଜ୍ୟରେ ଭାଜପା ପ୍ରଥମ ଥର ଲାଗି ସରକାରକୁ ଆସିବା ପରେ ଆଗକୁ କିପରି ସରକାରର ଲୋକପ୍ରିୟତା ବୃଦ୍ଧିପାଇବ ତାକୁ ନେଇ ଶୀର୍ଷସ୍ତରରେ ଯୋଜନା କରାଯାଉଥିବା ଶୁଣିବାକୁ ମିଳୁଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri