ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୮ା୧୧(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ ଭିତରେ ଶାହା ମଧ୍ୟ ରହିବେ। ତେବେ ଦଳୀୟ କାର୍ଯ୍ୟକ୍ରମ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ବିମାନବନ୍ଦରଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବ। ସେଠାରେ ଆୟୋଜିତ ଏକ ସଭାକୁ ସମ୍ବୋଧିତକରି ସେ ରାଜଭବନ ଆସିବେ। ୬ଟା ୩୦ରେ ଦଳର ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଭିନ୍ନ ସମୀକ୍ଷା କରିବେ। ପ୍ରଧାନମନ୍ତ୍ରୀ ରାତ୍ରିଭୋଜନ ମଧ୍ୟ କରିବେ ବୋଲି ମନମୋହନ କହିଛନ୍ତି। ମିଳିଥିବା ସୂଚନା ମୁତାବକ, ଶାହା ମଧ୍ୟ ଏହି ଅବସରରେ ଦଳୀୟ କାର୍ଯ୍ୟାଳୟରେ ଉପସ୍ଥିତ ରହିପାରନ୍ତି।
ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ୨୯ ତାରିଖ ଅପରାହ୍ନ ୪ଟା ୨୦ରେ ବିମାନବନ୍ଦର ରେ ପହଞ୍ଚିବେ। ୪ଟା ୩୦ରୁ ୫ଟା ପର୍ଯ୍ୟନ୍ତ ବିମାବନ୍ଦରରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି। ୫ଟାରୁ ରାଜଭବନ ଅଭିମୁଖେ ଗସ୍ତ କରିବେ। ୫ଟା ୧୫ରୁ ୬ଟା ୧୫ ପର୍ଯ୍ୟନ୍ତ ରାଜଭବନରେ ରହିବେ। ୬ଟା ୨୦ରୁ ରାଜଭବନରୁ ବାହାରି ଭାଜପା ରାଜ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବେ। ସେଠାରେ ଦଳର ବିଧାୟକ, ମନ୍ତ୍ରୀ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ଏମ୍‌ପିମାନଙ୍କ ସହ ବୈଠକ କରିବେ। ଏହି ଅବସରରେ ସେ ଉଭୟ ଦଳ ଓ ସରକାରୀ କାର୍ଯ୍ୟକ୍ରମ ନେଇ ସମୀକ୍ଷା କରିବେ। ୭ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ। ୮ଟା ୩୦ରେ ରାଜ୍ୟ କାର୍ଯ୍ୟାଳୟରୁ ବାହାରି ୮ଟା ୪୫ରେ ରାଜଭବନରେ ପହଞ୍ଚିବେ। ସେଠାରେ ରାତ୍ରିଯାପନ କରିବେ। ଏହାପରେ ୩୦ ତାରିଖ ସକାଳ ୮ଟା ୩୦ରେ ରାଜଭବନରୁ ବାହାରି ସିଧାସଳଖ ଲୋକସେବା ଭବନ କନ୍‌ଭେନସନ ସେଣ୍ଟରଠାରେ ଆୟୋଜିତ ଡିଜିପି ସମ୍ମିଳନୀରେ ଯୋଗଦେବେ। ସେଠାରେ ସେ ରାତି ୮ଟା ପର୍ଯ୍ୟନ୍ତ ରହିବେ। ଏହାପରେ ସେ ରାତି ୮ଟାରେ ସିଧାସଳଖ ରାଜଭବନ ଯିବେ। ସେହିପରି ୧ ତାରିଖ ସକାଳ ୮ଟା ୨୫ରେ ରାଜଭବନରୁ ବାହାରି ୮ଟା ୩୦ରେ ଡିଜିପି ସମ୍ମିଳନୀରେ ଯୋଗଦେବେ। ୪ଟା ୧୫ ପର୍ଯ୍ୟନ୍ତ କନ୍‌ଭେନସନ ସେଣ୍ଟରଠାରେ ରହିବେ। ୪ଟା ୩୦ରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨୯ ତାରିଖ ମଧ୍ୟାହ୍ନରେ ଓଡ଼ିଶା ଗସ୍ତରେ ଆସି ଡିଜିପି ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ଶାହା ମଧ୍ୟ ୩ ଦିନ ଧରି ଓଡ଼ିଶାରେ ରହିବେ।
ଉଭୟ ମୋଦି ଏବଂ ଶାହାଙ୍କ ଓଡ଼ିଶାରେ ୩ ଦିନ ଅବସ୍ଥାନକୁ ନେଇ ରାଜନୈତିକ ମହଲରେ ଭିନ୍ନ ଧରଣର ଆଲୋଚନା ଲାଗି ରହିଛି। ରାଜ୍ୟରେ ଭାଜପା ପ୍ରଥମ ଥର ଲାଗି ସରକାରକୁ ଆସିବା ପରେ ଆଗକୁ କିପରି ସରକାରର ଲୋକପ୍ରିୟତା ବୃଦ୍ଧିପାଇବ ତାକୁ ନେଇ ଶୀର୍ଷସ୍ତରରେ ଯୋଜନା କରାଯାଉଥିବା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri