Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗେଦେବେ ଏହି ସବୁ ଦେଶର ରାଷ୍ଟ୍ରନେତା

ନୂଆଦିଲ୍ଲୀ,୬ା୬: ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ୨୯୩ ଆସନ ଜିତି ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି। ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟା ୬ରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। କ୍ରମାଗତ ୩ ଥର ପ୍ରଧାନମନ୍ତ୍ରୀ ହେବାରେ ମୋଦି ଦ୍ୱିତୀୟ ଭାରତୀୟ ହେବାକୁ ଯାଉଛନ୍ତି। ପୂର୍ବରୁ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ କେବଳ କ୍ରମାଗତ ୩ ଥର ପ୍ରଧାନମନ୍ତ୍ରୀ ହୋଇଥିଲେ। ବୁଧବାର ଏନ୍‌ଡିଏ ସହଯୋଗୀ ଦଳଗୁଡ଼ିକର ମୁଖ୍ୟମାନଙ୍କ ବୈଠକ ବସି ମୋଦିଙ୍କୁ ନେତା ଚୟନ କରାଯାଇଥିଲା।

ପୂର୍ବରୁ ଶନିବାର ରାତି ୮ଟାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ଖବର ପ୍ରକାଶ ପାଇଥିବାବେଳେ ଏହି ସମୟରେ ପରିବର୍ତ୍ତନ କରାଯାଇଛି। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଦକ୍ଷିଣ ଏସୀୟ ରାଷ୍ଟ୍ରଗୁଡ଼ିକର ବହୁ ନେତାଙ୍କୁ ନିମନ୍ତ୍ରଣ କରାଯାଇଛି। ସେମାନଙ୍କ ମଧ୍ୟରେ ଅଛନ୍ତି, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂହେ, ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’, ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ୍‌ ଟୋବ୍‌ଗେ ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥ। ସୂଚନାଯୋଗ୍ୟ, ୨୦୧୪ରେ ମୋଦିଙ୍କ ପ୍ରଥମ ଶପଥ ଗ୍ରହଣ ଉତ୍ସବକୁ ସାର୍କ ରାଷ୍ଟ୍ରଗୁଡ଼ିକର ମୁଖ୍ୟମାନଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ୨୦୧୯ରେ ବିମ୍‌ଷ୍ଟେକ୍‌ ଦେଶଗୁଡ଼ିକ ସମେତ ମରିସସ୍‌ ଏବଂ କିର୍‌ଗିଜସ୍ତାନର ନେତାମାନେ ନିମନ୍ତ୍ରିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?