Posted inଜାତୀୟ

ମୋଦି- ଜେଲେନସ୍କି ଫୋନରେ କଥାବାର୍ତ୍ତା, ଯୁଦ୍ଧ ପ୍ରସଙ୍ଗ ନେଇ ଆଲୋଚନା…

ନୂଆଦିଲ୍ଲୀ/କ୍ୱିଭ୍‌,୪।୧୦ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି। କୁହାଯାଉଛି ଯେ ଏହି ସମୟରେ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ପ୍ରସଙ୍ଗ ନେଇ ଦୁଇ ନେତାଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ଯୁଦ୍ଧର ବାଟ ଖୋଜିବାକୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ସେ ଜେଲେନସ୍କିଙ୍କ ସହ ଶତ୍ରୁତାକୁ ଶୀଘ୍ର ସମାପ୍ତ କରିବା ଶାନ୍ତିବାର୍ତ୍ତା ଏବଂ କୂଟନୀତିର ପଥ ଅନୁସରଣ କରିବା ଆବଶ୍ୟକତାକୁ ସେ ଦୋହରାଇଛନ୍ତି।

ଏହାପୂର୍ବରୁ ମାର୍ଚ୍ଚରେ ପିଏମ ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଥିଲେ। ପ୍ରାୟ ୩୫ ମିନିଟ ଧରି ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହି ସମୟରେ ୟୁକ୍ରେନରୁ ଭାରତୀୟମାନଙ୍କୁ ନିରାପଦ ସ୍ଥାନାନ୍ତର ପାଇଁ ମୋଦି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଥିଲେ।

୨୬ ଫେବୃଆରୀରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଏବଂ ମୋଦିଙ୍କ ମଧ୍ୟରେ ଯୁଦ୍ଧ ସଙ୍କଟ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ସମୟ ମଧ୍ୟରେ ଜେଲେନସ୍କି ଭାରତର ରାଜନୈତିକ ସମର୍ଥନ ଲୋଡିଥିଲେ। ସେତେବେଳେ ୟୁକ୍ରେନର ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ୟୁକ୍ରେନରେ ଚାଲିଥିବା ବିବାଦ ପରିସ୍ଥିତି ବିଷୟରେ ବିସ୍ତୃତ ଭାବରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri