Posted inଜାତୀୟ

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ ଲାଗିରହିଥିବାରୁ ପେଟ୍ରୋଲିୟମ୍‌ ସାମଗ୍ରୀଗୁଡ଼ିକର ବିବେକସମ୍ମତ ବ୍ୟବହାର କରିବା ବର୍ତ୍ତମାନ ସମୟର ଆବଶ୍ୟକତା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି। ତେଲଙ୍ଗାନାରେ ୯,୪୦୦ କୋଟି ଟଙ୍କା ବ୍ୟୟରେ ବିକାଶ ପ୍ରକଳ୍ପଗୁଡ଼ିକର ଭର୍ଚୁଆଲି ଶିଳାନ୍ୟାଶ ଅବସରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଆମଦାନୀ ହେଉଥିବା ପେଟ୍ରୋଲିୟମ୍‌ ସାମଗ୍ରୀଗୁଡ଼ିକ କେବଳ ଆବଶ୍ୟକ ଅନୁଯାୟୀ ବ୍ୟବହାର ହେବା ଉଚିତ। ଏହା କେବଳ ବିଦେଶୀ ମୁଦ୍ରା ସଞ୍ଚୟ କରିବ ନାହିଁ, ଯୁଦ୍ଧଜନିତ ପ୍ରତିକୂଳ ପ୍ରଭାବକୁ ହ୍ରାସ କରିବ।
ଖର୍ଚ୍ଚ କମାଇବା ପାଇଁ ଘରୁ କାମ କରିବା ପଦ୍ଧତି (ଓ୍ବାର୍କ ଫ୍ରମ୍‌ ହୋମ୍‌)କୁ ପୁନର୍ବାର ଆପଣାଇବାକୁ ମୋଦି ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେଲ ବ୍ୟବହାର କମାଇବା ସହ ସୁନା କିଣିବା ଗୋଟିଏ ବର୍ଷ ପାଇଁ ବନ୍ଦ ରଖିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ଏହା ବିଦେଶୀ ବିନିମୟ ସଞ୍ଚୟ କରିବାରେ ଦେଶକୁ ସହାୟତା କରିବ। ଇନ୍ଧନ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ଅତ୍ୟଧିକ ବୃଦ୍ଧି ପାଇବା ସହ ଆର୍ଥତ୍କ ଅନିଶ୍ଚିତତା ଦେଖାଦେଇଛି। ତେଣୁ ଇନ୍ଧନ ବ୍ୟବହାର କମାଇବା ଏକ ଜାତୀୟ ଦାୟିତ୍ୱ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କରୋନା ମହାମାରୀ ସମୟରେ ଆମେ ଘରେ ରହି କାମ କରିବା ପଦ୍ଧତି ଆପଣାଇଥିଲେ। ଅନ୍‌ଲାଇନ୍‌ ବୈଠକ ଓ ଭିଡିଓ କନ୍‌ଫରେନ୍ସ ସମେତ ଏଭଳି ବହୁ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ଓ ଆମେ ସେଥିରେ ଅଭ୍ୟସ୍ତ ହୋଇଯାଇଥିଲୁ ବୋଲି ମୋଦି କହିଛନ୍ତି।
ସୌରଶକ୍ତି ସାମର୍ଥ୍ୟରେ ଭାରତ ନିକଟ ଅତୀତରେ ଏକ ପ୍ରମୁଖ ଦେଶ ଭାବେ ଉଭା ହୋଇଛି। ଇଥାନଲ ମିଶ୍ରିତ ପେଟ୍ରୋଲ ପ୍ରସ୍ତୁତିରେ ଅଭୂତପୂର୍ବ ଅଗ୍ରଗତି ହୋଇି। ପୂର୍ବରୁ ସରକାର ୧୦୦ ପ୍ରତିଶତ ଏଲ୍‌ପିଜି ସଂଯୋଗ ଉପରେ ଗୁରୁତ୍ୱ ଦେଉଥିଲେ। ଏବେ ପାଇପ୍‌ ଯୋଗେ ପ୍ରାକୃତିକ ଗ୍ୟାସ୍‌ ଯୋଗାଣ ବଢ଼ାଇବା ଦିଗରେ ସରକାର କାର୍ଯ୍ୟ କରୁଛନ୍ତି। କାମ୍ପ୍ରେସ୍‌ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ (ସିଏନ୍‌ଜି) ବ୍ୟବହାର ବଢ଼ାଇବା ଦିଗରେ ସରକାର କାର୍ଯ୍ୟ କରୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଏଭଳି ପଦକ୍ଷେପ ଭାରତକୁ ବିଶ୍ୱ ଶକ୍ତି ସଙ୍କଟରୁ ମୁକୁଳିବାରେ ସହାୟକ ହେବ। ଶକ୍ତି ସଂରକ୍ଷଣ ଉପରେ ପ୍ରଧାନମନ୍ତ୍ରୀ ଅଧିକ ଗୁରୁତ୍ୱ ଦେଇ ଆମଦାନୀ ଶକ୍ତି ସମ୍ବଳର କେବଳ ଆବଶ୍ୟକତା ଅନୁଯାୟୀ ବିବେକସମ୍ମତ ବ୍ୟବହାର କରାଯିବା ଜରୁରୀ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri