ନବୀନଙ୍କୁ ମୋଦିଙ୍କ ବଡ଼ ଚ୍ୟାଲେଞ୍ଜ, କାଗଜରେ ଲେଖି ପାରିବ…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା ରୋଡ ଶୋ’ ବିଷୟରେ କହିବା ସହ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।

ଫୁଲବାଣୀ ଜନସଭାରେ ବିଜେଡିକୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ହମଲା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୋଦି ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁଙ୍କୁ ମୁଁ ଆଜି ଏକ ଚ୍ୟାଲେଞ୍ଜ ଦେଉଛି। ନବୀନ ବାବୁଙ୍କୁ କାଗଜ ଖଣ୍ଡେ ଧରାଇ ଛିଡ଼ା କରାଯାଉ। ନବୀନ ବାବୁଙ୍କୁ ବିନା କାଗଜରେ ଜିଲା ନାଁ ଓ ଜିଲା ମୁଖ୍ୟାଳୟ ନାଁ ଲେଖିବାକୁ କୁହାଯାଉ। ଏବେ ଆପଣ କୁହନ୍ତୁ ଯେଉଁ ମୁଖ୍ୟମନ୍ତ୍ରୀ ନିଜ ଜିଲା ନାଁ ଜାଣି ନାହାନ୍ତି, ସେଭଳି ମୁଖ୍ୟମନ୍ତ୍ରୀ ଆପଣଙ୍କ ଦୁଃଖ ବୁଝିପାରିବେ କି? ମୋତେ ୫ ବର୍ଷ ସୁଯୋଗ ଦିଅନ୍ତୁ, ଭାଜପା ଓଡ଼ିଶାକୁ ନମ୍ବର ୱାନ କରିଦେବ।

ସେହିପରି ମୋଦି ନବୀନଙ୍କୁ ରତ୍ନ ଭଣ୍ଡାର ପ୍ରସଙ୍ଗ ନେଇ ଖୁଲମଖୁଲା ନିଶାଣ କରିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ଭଗବାନ ଜଗନ୍ନାଥଙ୍କ ବିନା ଆମର ଜୀବନ ହିଁ ନାହିଁ। ଜଗନ୍ନାଥ ଅଛନ୍ତି ତ ଜୀବନ ଅଛି। ଗତ ୪୦ ବର୍ଷରୁ ଅଧିକ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ। ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି। ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ବିଜେଡି ସରକାର। ଚାବି କୁଆଡ଼େ ଗଲା, ଆପଣଙ୍କର ଜାଣିବା ଅଧିକାର ଅଛି।

ରାଜ୍ୟ ସରକାର କହୁଛନ୍ତି ଡୁପ୍ଲିକେଟ ଚାବି ମିଳିଛି। ଡୁପ୍ଲିକେଟ ଚାବି କାହିଁକି ତିଆରି ହେଲା। ଡୁପ୍ଲିକେଟ ଚାବିରେ କେହି ରତ୍ନ ଭଣ୍ଡାର ଖୋଲୁ ନ ଥିଲା ତ, ରତ୍ନ ନେଉ ନ ଥିଲା ତ। ଚାବି ହଜିବାଠାରୁ ଡୁପ୍ଲିକେଟ ଚାବି, ଅଧିକ ଗମ୍ଭୀର ବିଷୟ। ଏଥିପାଇଁ କମିଶନ ତ ବସିଲା, ହେଲେ କମିଶନ ରିପୋର୍ଟ ସାର୍ବଜନୀନ ହେଲାନି। ନବୀନ ବାବୁଙ୍କ ସରକାର ଏ ବିଷୟକୁ ନେଇ ଭୀତତ୍ରସ୍ତ ଅଛନ୍ତି। ଭାଜପା ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri