ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଉପରେ ସବୁଠାରୁ ବଡ଼ ଷ୍ଟ୍ରାଇକ୍‌ କଲେ ମୋଦି, ପାକ୍‌ରେ ହଲଚଲ

ନୂଆଦିଲ୍ଲୀ, ୨।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଅଫିସିଆଲ ୟୁଟ୍ୟୁବ ଚ୍ୟାନେଲକୁ ବ୍ଲକ କରିଛନ୍ତି। ତେବେ ପହଲଗାମ ଆକ୍ରମଣକୁ ନେଇ ଭାରତରେ ଅସେନ୍ତାଷ ଜୋର ଧରିଛି। ଶେହବାଜଙ୍କ ୟୁଟ୍ୟୁବ ଚ୍ୟାନେଲକୁ ଭିଜିଟ କଲେ ଭ୍ୟୁୟର୍ସଙ୍କୁ ଏକ ମେସେଜ ଦେଖିବାକୁ ମିଳୁଛି। ସେଥିରେ ଲେଖାଅଛି “ଜାତୀୟ ସୁରକ୍ଷା ବା ସାର୍ବଜନୀନ ଶୃଙ୍ଖଳା ସମ୍ବନ୍ଧୀୟ ସରକାରୀ ନିର୍ଦ୍ଦେଶ କାରଣରୁ ଏହି ବିଷୟବସ୍ତୁ ବର୍ତ୍ତମାନ ଏହି ଦେଶରେ ଉପଲବ୍ଧ ନାହିଁ।”

Shehbaz Sharif YouTube channel Ban ଏହା ପୂର୍ବରୁ ଭାରତ ସରକାର ପାକିସ୍ତାନର ୧୬ଟି ପ୍ରମୁଖ ୟୁଟ୍ୟୁବ ଚ୍ୟାନେଲକୁ ବ୍ଲକ କରିଥିଲେ୧ ଏହି ଚ୍ୟାନେଲଗୁଡ଼ିକ ମଧ୍ୟରେ ଡନ, ସମା ଟିଭି, ଏଆରୱାଇ ନ୍ୟୁଜ, ଜିଓ ନ୍ୟୁଜ ଏବଂ ବୋଲ ନ୍ୟୁଜ ଭଳି ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଅନ୍ତର୍ଭୁକ୍ତ। ଏହି ଚ୍ୟାନେଲଗୁଡ଼ିକ ଭାରତ ଓ ଏହାର ସୁରକ୍ଷା ବାହିନୀଙ୍କ ବିରୋଧରେ ଉତ୍ତେଜକ, ସାମ୍ପ୍ରଦାୟିକ ସମ୍ବେଦନଶୀଳ ବିଷୟବସ୍ତୁ ଏବଂ ମିଥ୍ୟା ସୂଚନା ପ୍ରଚାର କରୁଥିବା ଅଭିଯୋଗ ହୋଇଛି।

Shehbaz Sharif YouTube channel Ban: ଅନ୍ୟପଟେ ଗୁରୁବାର ପାକିସ୍ତାନର ଏଫଏମ ରେଡିଓ ଷ୍ଟେସନଗୁଡ଼ିକ ଭାରତୀୟ ଗୀତ ପ୍ରସାରଣ ବନ୍ଦ କରିଦେଇଥିଲେ। ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଉତ୍ତେଜନା ମଧ୍ୟରେ ଏହି ପଦକ୍ଷେପ ନିଆଯାଇଛି। ଭାରତୀୟ ଗୀତ, ବିଶେଷକରି ଲତା ମଙ୍ଗେସକର, ମହମ୍ମଦ ରଫି, କିଶୋର କୁମାର ଏବଂ ମୁକେଶଙ୍କ ଭଳି ମହାନ ଗାୟକଙ୍କ ଗୀତ, ପାକିସ୍ତାନୀମାନଙ୍କ ମଧ୍ୟରେ ଲୋକପ୍ରିୟ ଏବଂ ଏଠାରେ ପ୍ରତିଦିନ FM ରେଡିଓ ଷ୍ଟେସନଗୁଡ଼ିକରେ ବଜାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri