Posted inଜାତୀୟ

ଲୋକଙ୍କ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ପଦ୍ମ ସମ୍ମାନ ଲାଗି ମୋଦିଙ୍କ ଆହ୍ବାନ…

ନୂଆଦିଲ୍ଲୀ,୧୧।୭: ତୃଣମୂଳସ୍ତରରେ ଲୋକଙ୍କ ପାଇଁ ନିସ୍ବାର୍ଥପର ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପିପୁଲସ୍‌ ପଦ୍ମ ସମ୍ମାନ ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ରବିବାର ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସେବା କରୁଥିବା ଲୋକ ଚିହ୍ନଟ କରି ସେମାନଙ୍କ ସମ୍ପର୍କରେ ପଦ୍ମ ସମ୍ମାନ ଓ୍ବେବସାଇଟ୍‌ ମାଧ୍ୟମରେ ସୂଚନା ଅପଲୋଡ୍‌ କରିବାକୁ ମୋଦି କହିଛନ୍ତି। ୨୦୨୧ ଜାନୁୟାରୀରେ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନନ୍ତ୍ରୀ ନିସ୍ବାର୍ଥପର ଭାବେ ଲୋକସେବା କରୁଥିବା ଲୋକଙ୍କ ଉପରେ ଗୁରୁତ୍ୱାରୋପ କରିଥିଲେ। ପିପୁଲସ୍‌ ପଦ୍ମ ସମ୍ମାନ ନୋମିନେଶନ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଖୋଲା ରହିବ ବୋଲି ମୋଦି ଟୁଇଟ୍‌ କରି କହିଛନ୍ତି।

ସୂଚନାଯୋଗ୍ୟ, ଦେଶରେ ୧୯୫୪ଠାରୁ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମ ସମ୍ମାନ ଅନ୍ତର୍ଗତ ପଦ୍ମ ବିଭୁଷଣ, ପଦ୍ମ ଭୁଷଣ ଏବଂ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥାଏ। ପଦ୍ମ ସମ୍ମାନ କଳା, ସାହିତ୍ୟ, ଶିକ୍ଷା, ଖେଳ, ଔଷଧ, ସାମାଜିକ ସେବା, ବିଜ୍ଞାନ, ଇଞ୍ଜିନିୟରିଂ, ଲୋକ ବ୍ୟାପାର, ପ୍ରଶାସନିକ ସେବା, ବାଣିଜ୍ୟ ଏବଂ ଶିଳ୍ପ ଆଦି କ୍ଷେତ୍ରରେ ଅବଦାନ ପାଇଁ ପ୍ରଦାନ କରାଯାଇଥାଏ। ଏନେଇ ଏକ ନିଦ୍ଦିଷ୍ଟ ସରକାରୀ ଫର୍ମାଟ୍‌ରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିଷୟରେ ୮୦୦ ଶବ୍ଦରେ ଲେଖିବାକୁ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri