ଓଡ଼ିଶା ଷ୍ଟାଇଲରେ ଝାଡଖଣ୍ଡରେ ମୋଦିଙ୍କ ପ୍ରଚାର, ଶପଥ ଗ୍ରହଣ ଦିନକୁ କଲେ ନିମନ୍ତ୍ରଣ

ରାଞ୍ଚି,୧୪।୧୧: ଝାଡ଼ଖଣ୍ଡରେ ମୋଦିଙ୍କ ଓଡ଼ିଶା ଫର୍ମୁଲା। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଜନତାଙ୍କୁ ଆଗୁଆ ଶପଥଗ୍ରହଣ ସମାରୋହକୁ କରିଛନ୍ତି ନିମନ୍ତ୍ରଣ । ଦେଓଘରରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି, ସେ ପ୍ରଚାର ପାଇଁ ଆସିନାହାନ୍ତି ବରଂ ଲୋକଙ୍କୁ ଶପଥ ଉତ୍ସବକୁ ନିମନ୍ତ୍ରଣ କରିବାକୁ ଆସିଛନ୍ତି। ମୋଦିଙ୍କ ଏଭିଳ ଭବିଷ୍ୟବାଣୀକୁ ନେଇ ଜୋର ଧରିଲାଣି ଚର୍ଚ୍ଚା। ଏଥିସହ ମୋଦିଙ୍କ ଏହି ବୟାନକୁ ନେଇ ଝାଡଖଣ୍ଡ ରାଜନୀତି ସରଗରମ ହୋଇଛି।

ଠିକ ଓଡ଼ିଶା ଷ୍ଟାଇଲରେ ଝାଡ଼ଖଣ୍ଡବାସୀଙ୍କୁ ଶପଥ ସମାରୋହକୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ । ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଦେଓଘରରେ ପ୍ରଚାର ବେଳେ ଏଭଳି ନିମନ୍ତ୍ରଣ ଦେଇଛନ୍ତି ମୋଦି । ସେ କହିଛନ୍ତି, ସେ ଭୋଟ ମାଗିବାକୁ ଆସିନାହାନ୍ତି, ଜନତାଙ୍କୁ ଶପଥ ସମାରୋହକୁ ନିମନ୍ତ୍ରଣ କରିବାକୁ ଆସିଛନ୍ତି । ଦୃଢ଼ୋକ୍ତି ଦେଖାଇ ଆହୁରି କହିଛନ୍ତି, ୨୩ ତାରିଖରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ ଏବଂ ତା’ପରେ ଭାଜପା ଓ ଏନଡିଏ ସରକାର ଶପଥ ନେବେ ।

ମୋଦିଙ୍କ ଏହି ଭବିଷ୍ୟବାଣୀ ଝାଡ଼ଖଣ୍ଡ ରାଜନୀତିକୁ ହୁଲସ୍ତୁଲ କରି ଦେଇଛି । ମୋଦି ଏମିତି କଣ ଦେଖିଲେ, ଯେଉଁଥିପାଇଁ ଶପଥ ସମାରୋହକୁ ନିମନ୍ତ୍ରଣ କଲେ ତାକୁ ନେଇ ଚର୍ଚ୍ଚା ହେଉଛି । ଠିକ ଏହି ଭଳି ଢଙ୍ଗରେ ଓଡ଼ିଶାରେ ମଧ୍ୟ ନିର୍ବାଚନୀ ପ୍ରଚାର ବେଳେ କହିଥିଲେ ମୋଦି । ୨୦୨୪ ଜୁନ ୪ ତାରିଖରେ ନିର୍ବାଚନୀ ଫଳ ପ୍ରକାଶ ପାଇବାକୁ ଥିବା ବେଳେ ପାଞ୍ଚ ଦିନ ପୂର୍ବରୁ ମେ ୨୯ରେ ବାଲେଶ୍ବରରେ ନିର୍ବାଚନୀ ପ୍ରଚାର ବେଳେ ସେ ଏଭଳି କହିଥିଲେ । ଜୁନ ୧୦ରେ ଶପଥ ଗ୍ରହଣ ସମାରୋହକୁ ନିମନ୍ତ୍ରଣ ଜଣାଇଥିଲେ ।

ସୂଚନାଥାଉ କି, ପ୍ରଥମ ପର୍ଯ୍ୟାୟରେ ଝାଡ଼ଖଣ୍ଡର ୪୩ ବିଧାନସଭା କ୍ଷେତ୍ରରେ ଭୋଟ ପଡ଼ିଛି । ଏହି ସମୟରେ ସମସ୍ତଙ୍କ ନଜରରେ ଥିଲା ଇଷ୍ଟ ଜାମସେଦପୁର, ୱେଷ୍ଟ ଜମସେଦପୁର, ଷଢ଼େଇକଳା, ଖରସୁଆଁ ପରି ଆସନ ଉପରେ। ଇଷ୍ଟ ଜାମସେଦପୁରରେ ମୁହାଁମୁହିଁ ହୋଇଥିଲେ ଭାଜପା ବିଧାୟିକା ପ୍ରାର୍ଥୀ ପୂର୍ଣ୍ଣିମା ଦାସ ସାହୁ ଏବଂ କଂଗ୍ରେସର ଅଜୟ କୁମାର। ସେହିପରି ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଷଢ଼େଇକଳା ଭାଜପା ବିଧାୟକ ପ୍ରାର୍ଥୀ ଚମ୍ପାଇ ସୋରେନଙ୍କ ଭାଗ୍ୟ ମଧ୍ୟ EVM ରେ ସିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?