ମୋଦିଙ୍କ କରୋନା ସମୀକ୍ଷା ବୈଠକ: ଟ୍ରିପଲ ‘ଟି’ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ଏବଂ ରାଜ୍ୟ ସରକାର ଆଲର୍ଟରେ ରହିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲା ଅନୁପସ୍ଥିତ ରହିଛନ୍ତି। ଦେଶର ୭୦ ଜିଲାରେ କରୋନା ସଂକ୍ରମର ୧୫୦ ପ୍ରତିଶତ ବୃଦ୍ଧି ପାଇଛି। ଏପରିସ୍ଥଳେ ଦେଶର ୨୫ଟି ସହରରେ ନାଇଟ୍‌ କର୍ଫ୍ୟୁ ଘୋଷଣା ପୂର୍ବରୁ ହୋଇ ସାରିଛି। ବୈଠକରେ ପ୍ରଧାନମନ୍ତ୍ରୀ କରୋନାକୁ ରୋକିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏନେଇ ଖୁବ୍‌ ଶୀଘ୍ର ନିର୍ଣ୍ଣାୟକ ପଦକ୍ଷେପ ଗ୍ରହଣ କରାଯିବାର ଆବଶ୍ୟକତା ରହିଥିବା ମୋଦି କହିଛନ୍ତି। ଏହା ସହିତ ସେ ଟ୍ରିପଲ ‘ଟି‘ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ଅନ୍ତର୍ଗତ ଟେଷ୍ଟ, ଟ୍ରାକ୍‌ ଏବଂ ଟ୍ରିଟ୍‌ କରୋନା ସଂକ୍ରମଣକୁ ରୋକିବାରେ ସକ୍ଷମ ହେବ ବୋଲି ସେ କହିଛନ୍ତି। ଦେଶରେ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌ ହାର ୭୦ ପ୍ରତିଶରୁ ଅଧିକ ରଖାଯିବା ଜରୁରୀ। ଦେଶବାସୀଙ୍କୁ କରୋନାରୁ କିଭଳି ମୁକ୍ତି ମିଳିପାରିବ ସେ ନେଇ ଯୋଜନା ପ୍ରସ୍ତୁତ କରାଯିବା ଲାଗି ମୋଦି ସୂଚନା ଦେଇଛନ୍ତି। ଆତ୍ମବିଶ୍ୱାସ ଯେଭଳି ହେୟ ଭାବରେ ପରିଣତ ନ ହେବ ସେଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଥିବା ସେ ପ୍ରକାଶ କରିଛନ୍ତି। ଛୋଟ ସହରରେ ନମୁନା ପରୀକ୍ଷା ବୃଦ୍ଧି କରାଯିବ। ଗାଁରେ କରୋନା ସଂକ୍ରମଣ ହେଲେ ଏହାକୁ ରୋକିବା କଷ୍ଟକର ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କରୋନା ଡୋଜ୍‌ ଯେପରି ନଷ୍ଟ ନ ହେବ ସେଥିପ୍ରତି ଦୃଷ୍ଟି ରଖିବାକୁ ସେ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri