ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ରାଜ୍ୟ ଭାଜପା ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି। ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ପ୍ରଧାନମନ୍ତ୍ରୀ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ମୋଦି ପାଖାପାଖି ସନ୍ଧ୍ୟା ୭ଟା ସମୟରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା।

ଏହାପରେ ପ୍ରଧାନମନ୍ତ୍ରୀ ଭାଜପାର ରାଜ୍ୟ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ପ୍ରାୟ ୩୭ ଜଣ ନେତାଙ୍କ ସହ ବୈଠକ କରିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ପ୍ରଥମେ ସମସ୍ତେ କିପରି ଅଛନ୍ତି ଏବଂ ଖାଇବା ପିଇବା ବିଷୟରେ ବୁଝିଥିଲେ। ଏହାପରେ ମୋଦିଙ୍କ ପାଖରେ ଓଡ଼ିଶା ବାବଦରେ ରହିଥିବା ବିଭିନ୍ନ ତଥ୍ୟକୁ ସେମାନଙ୍କ ପାଖରେ ରଖିଥିଲେ। ସେ ରଖିଥିବା ତଥ୍ୟର ସତ୍ୟତା ଏବଂ ରାଜ୍ୟରେ ନିର୍ବାଚନ ପରିଚାଳନା କିପରି ଚାଲିଛି ତା’ ଉପରେ ବିଶେଷ ଧ୍ୟାନ ଦେଇଥିଲେ। ପ୍ରାୟ ୩୦ ମିନିଟ୍‌ ଧରି ଆଲୋଚନା କରିବା ସମୟରେ ପ୍ରଧାନମନ୍ତ୍ରୀ, ନିର୍ବାଚନରେ କ’ଣ କିପରି ସୁବିଧା ଅସୁବିଧା ଅଛି ସେନେଇ ମଧ୍ୟ ପଚାରି ବୁଝିଥିଲେ।

ଏହାସହ ଟେକ୍ନୋଲୋଜିର ବ୍ୟବହାର ନିର୍ବାଚନରେ କିପରି ହେଉଛି ଏବଂ ଆଗକୁ କ’ଣ କରିବା ଦରକାର ସେନେଇ ମଧ୍ୟ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ନେତାମାନଙ୍କୁ ପଚାରିଥିଲେ। ଯେପରି ଡେଟା ଷ୍ଟୋରିଂ, ଫାଇଲିଂ ଏ ବାବଦରେ ମଧ୍ୟ ଆଲୋଚନା କରିଥିଲେ। ଶେଷରେ ଜଲ୍‌ଦି ଦେଖା ହେବା ବୋଲି କହି କିଛି ଗଣମାଧ୍ୟମକୁ ସ୍ବତନ୍ତ୍ର ସାକ୍ଷାତ୍‌କାର ଦେଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri