Posted inଜାତୀୟ

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ହ୍ରାସ ଲାଗି ପ୍ରଯୁକ୍ତି ବ୍ୟବହାର ଉପରେ ମୋଦିଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ, ୧୧ା୩(ପି.ଟି.): ପ୍ରାକୃତିକ ବିପର୍ଯ୍ୟୟଜନିତ କ୍ଷୟକ୍ଷତି ହ୍ରାସ କରିବା ନିମନ୍ତେ ପ୍ରତିକ୍ରିୟା ପରିବର୍ତ୍ତେ ସକ୍ରିୟ ଦୃଷ୍ଟିଭଙ୍ଗୀ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ବିପର୍ଯ୍ୟୟ ପରିଚାଳନାରେ ଭବିଷ୍ୟତ ପ୍ରଯୁକ୍ତିର ବ୍ୟବହାର ଉପରେ ସେ ଜୋର୍‌ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ବିପର୍ଯ୍ୟୟ ବିପଦ ହ୍ରାସ ଜାତୀୟ ମଞ୍ଚ (ଏନ୍‌ପିଡିଆର୍‌ଆର୍‌)ର ତୃତୀୟ ଅଧିବେଶନକୁ ଉଦ୍‌ଘାଟନ କରିବା ଅବସରରେ କହିଥିଲେ, ଆମେ ପ୍ରାକୃତିକ ବିପର୍ଯ୍ୟୟକୁ ରୋକିପାରିବା ନାହିଁ, ତେବେ କ୍ଷୟକ୍ଷତି ହ୍ରାସ କରିବା ଲାଗି ବ୍ୟବସ୍ଥା ଆପଣାଇପାରିବା। ସ୍ବାଧୀନତାର ୫ ଦଶନ୍ଧି ପରେ ମଧ୍ୟ ଦେଶରେ ବିପର୍ଯ୍ୟୟ ପରିଚାଳନା ପାଇଁ କୌଣସି ଆଇନ ନ ଥିଲା। ୨୦୦୧ କଚ୍ଛ ଭୂକମ୍ପ ପରେ ପ୍ରଥମ ରାଜ୍ୟ ଭାବେ ଗୁଜରାଟ ବିପର୍ଯ୍ୟୟ ପରିଚାଳନା ଆଇନ ଆଣିଥିଲା। ଏହାକୁ ଆଧାର କରି କେନ୍ଦ୍ର ସରକାର ୨୦୦୫ରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ଆଇନ କାର୍ଯ୍ୟକାରୀ କରିଥିଲେ। ପରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଗଠନ ହୋଇଥିଲା। ବିପର୍ଯ୍ୟୟ କ୍ଷତି ହ୍ରାସ ପାଇଁ ସ୍ଥାନୀୟ ପ୍ରଯୁକ୍ତି ଓ ସାମଗ୍ରୀର ଉନ୍ନତୀକରଣ ସହ ନୂଆ ପ୍ରଯୁକ୍ତିର ଉପଯୋଗ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri