Posted inଜାତୀୟ

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ହ୍ରାସ ଲାଗି ପ୍ରଯୁକ୍ତି ବ୍ୟବହାର ଉପରେ ମୋଦିଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ, ୧୧ା୩(ପି.ଟି.): ପ୍ରାକୃତିକ ବିପର୍ଯ୍ୟୟଜନିତ କ୍ଷୟକ୍ଷତି ହ୍ରାସ କରିବା ନିମନ୍ତେ ପ୍ରତିକ୍ରିୟା ପରିବର୍ତ୍ତେ ସକ୍ରିୟ ଦୃଷ୍ଟିଭଙ୍ଗୀ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ବିପର୍ଯ୍ୟୟ ପରିଚାଳନାରେ ଭବିଷ୍ୟତ ପ୍ରଯୁକ୍ତିର ବ୍ୟବହାର ଉପରେ ସେ ଜୋର୍‌ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ବିପର୍ଯ୍ୟୟ ବିପଦ ହ୍ରାସ ଜାତୀୟ ମଞ୍ଚ (ଏନ୍‌ପିଡିଆର୍‌ଆର୍‌)ର ତୃତୀୟ ଅଧିବେଶନକୁ ଉଦ୍‌ଘାଟନ କରିବା ଅବସରରେ କହିଥିଲେ, ଆମେ ପ୍ରାକୃତିକ ବିପର୍ଯ୍ୟୟକୁ ରୋକିପାରିବା ନାହିଁ, ତେବେ କ୍ଷୟକ୍ଷତି ହ୍ରାସ କରିବା ଲାଗି ବ୍ୟବସ୍ଥା ଆପଣାଇପାରିବା। ସ୍ବାଧୀନତାର ୫ ଦଶନ୍ଧି ପରେ ମଧ୍ୟ ଦେଶରେ ବିପର୍ଯ୍ୟୟ ପରିଚାଳନା ପାଇଁ କୌଣସି ଆଇନ ନ ଥିଲା। ୨୦୦୧ କଚ୍ଛ ଭୂକମ୍ପ ପରେ ପ୍ରଥମ ରାଜ୍ୟ ଭାବେ ଗୁଜରାଟ ବିପର୍ଯ୍ୟୟ ପରିଚାଳନା ଆଇନ ଆଣିଥିଲା। ଏହାକୁ ଆଧାର କରି କେନ୍ଦ୍ର ସରକାର ୨୦୦୫ରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ଆଇନ କାର୍ଯ୍ୟକାରୀ କରିଥିଲେ। ପରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଗଠନ ହୋଇଥିଲା। ବିପର୍ଯ୍ୟୟ କ୍ଷତି ହ୍ରାସ ପାଇଁ ସ୍ଥାନୀୟ ପ୍ରଯୁକ୍ତି ଓ ସାମଗ୍ରୀର ଉନ୍ନତୀକରଣ ସହ ନୂଆ ପ୍ରଯୁକ୍ତିର ଉପଯୋଗ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?