Posted inଜାତୀୟ

ପଶ୍ଚିମବଙ୍ଗ ରାଜନୀତିରେ ମୋଦିଙ୍କ ପ୍ରବେଶ: ବିଶ୍ୱଭାରତୀର ଶତାବ୍ଦୀ କାର୍ଯ୍ୟକ୍ରମରେ ଯୋଗଦେଲେ

କୋଲକାତା,୨୪।୧୨: ଆଗକୁ ୨୦୨୧ରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ଯୋଜନାବଦ୍ଧ ଭାବେ ମିଶନ ପଶ୍ଚିମବଙ୍ଗ ଆରମ୍ଭ କରାଯାଇଛି। ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟ ରାଜନୀତିରେ ପ୍ରବେଶ କରିସାରିଛନ୍ତି। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଜ୍ୟ ରାଜନୀତିରେ ଭାଜପାର ସ୍ଥିତି ସୁଦୃଢ଼ ପାଇଁ ଉଦ୍ୟମ କରିଛନ୍ତି। ଏହି ମର୍ମରେ ମୋଦି ଗୁରୁବାର ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଶତାବ୍ଦୀ କାର୍ଯ୍ୟକ୍ରମରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇଛନ୍ତି। ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ସ୍ବପ୍ନ ପୂରଣ ପାଇଁ ବିଶ୍ୱଭାରତୀ ଶକ୍ତି ଯୋଗାଉଥିବା ମୋଦି ଶିକ୍ଷାର୍ଥୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ବିଶ୍ୱବିଦ୍ୟାଳୟର ୧୦୦ ବର୍ଷର ଯାତ୍ରା ବେଶ୍‌ ଐତିହ୍ୟମୟ ରହିଥିବା ସେ କହିଛନ୍ତି। ଦୁର୍ଗାପୂଜା ସମୟରେ ମଧ୍ୟ ମୋଦି ଏଭଳି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଭୋଟରଙ୍କୁ ଆକର୍ଷିତ କରିବାର ଯୋଜନା କରାଯାଉଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ୧୯୨୧ରେ ରବୀନ୍ଦ୍ରନାଥ ଟାଗୋରଙ୍କ ଉଦ୍ୟମରେ ବୀରଭୂମ ଜିଲାର ବୋଲପୁର ନିକଟରେ ଥିବା ଶାନ୍ତିନିକେତନଠାରେ ବିଶ୍ୱଭାରତୀର ସ୍ଥାପନା କରାଯାଇଥିଲା। ୧୯୫୧ରେ ସଂସଦର ଏକ ଅଧିନିୟମ ଦ୍ୱାରା ବିଶ୍ୱଭାରତୀକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri