ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ମାମଲା ଶୁଣାଣି ଆରମ୍ଭ

ଲଣ୍ଡନ,୮।୯ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ୧୩,୫୦୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ପଳାତକ ଘୋଷିତ ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲାର ଶୁଣାଣି ଲଣ୍ଡନରେ ଆରମ୍ଭ ହୋଇଛି। ଲଣ୍ଡନର ଓ୍ବେଷ୍ଟମିନ୍‌ଷ୍ଟର ମାଜିଷ୍ଟ୍ରେଟ କୋର୍ଟରେ ସୋମବାରଠାରୁ ସାତଦିନ ବ୍ୟାପୀ ଏହି ମାମଲା ଶୁଣାଣି ହେବ। ନୀରବ ବର୍ତ୍ତମାନ ଦକ୍ଷିଣ ଲଣ୍ଡନର ଓ୍ବାଣ୍ଡସଓ୍ବର୍ଥ ଜେଲରେ ଥିବା ବେଳେ ଭିଡିଓ ଲିଙ୍କ୍‌ ଦ୍ୱାରା ହାଜର ହୋଇଥିଲେ। ଭାରତର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀଙ୍କ ଟିମ୍‌ କୋର୍ଟରେ ଉପସ୍ଥିତ ଥିଲେ। ଚଳିତ ବର୍ଷ ମେ ମାସରେ ହୋଇଥିବା ଶୁଣାଣି ସେପ୍ଟେମ୍ବର ଯାଏ ସ୍ଥଗିତ ରଖାଯାଇଥିଲା। ୪୯ ବର୍ଷୀୟ ନୀରବ ଲଣ୍ଡନରୁ ୨୦୧୯ ମାର୍ଚ୍ଚରେ ଗିରଫ ହୋଇଥିଲେ। ମୁମ୍ବାଇର ଏକ କୋର୍ଟ ତାଙ୍କୁ ପଳାତକ ଆର୍ଥତ୍କ ଅପରାଧୀ ଘୋଷଣା କରିବା ସହ ତାଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଇଡି ବର୍ତ୍ତମାନ ସୁଦ୍ଧା ତାଙ୍କର ୩୨୯ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରି ସାରିଛି। ଇଣ୍ଟରପୋଲ ପକ୍ଷରୁ ପୂର୍ବରୁ ନୀରବଙ୍କ ଭଉଣୀ ପୂର୍ବୀ ମୋଦି ଏବଂ ସାନଭାଇ ନେହାଲ ମୋଦିଙ୍କ ବିରୋଧରେ ଗିରଫ ପରାଓ୍ବାନା ଜାରି କରିଛି। ଗତ ମାସରେ ତାଙ୍କ ସ୍ତ୍ରୀ ଆମି ମୋଦିଙ୍କ ବିରୋଧରେ ରେଡ୍‌ କର୍ନର ନୋଟିସ ଜାରି କରାଯାଇଛି। ୨୦୧୮ରେ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିବା ପରେ ଆମି ମୋଦି ଦେଶ ଛାଡି ପଳାୟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri