ଆମେରିକା ଆକ୍ରମଣ ପରେ ସାମ୍ନାକୁ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୨୨ା୬: ଇରାନ ଉପରେ ଆମେରିକା ଆକ୍ରମଣ କରିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଇରାନର ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ସହ ଫୋନ୍‌ରେ କଥା ହୋଇ ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପରିସ୍ଥିତି ବିଷୟରେ ଆଲୋଚନା କରିବା ସହ ଚିନ୍ତା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ଏକ ପୋଷ୍ଟ କରି ଇସ୍ରାଏଲ-ଇରାନକୁ ଉତ୍ତେଜନା ହ୍ରାସ କରିବା ଏବଂ ପାରସ୍ପରିକ ଆଲୋଚନା କରିବାକୁ ନିବେଦନ କରିଛନ୍ତି।

ପ୍ରଧାନମନ୍ତ୍ରୀ ତୁରନ୍ତ ଉତ୍ତେଜନା ହ୍ରାସ କରିବା ସହ କୂଟନୀତି ମାଧ୍ୟମରେ ସମାଧାନ କରିବା ଏବଂ ଆଞ୍ଚଳିକ ଶାନ୍ତି, ସୁରକ୍ଷା ଫେରାଇ ଆଣିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ଭାରତ ସର୍ବଦା ବିଶ୍ୱାସ କରେ ଯେ, ଆଲୋଚନା ଏବଂ କୂଟନୀତି ହେଉଛି ଯେକୌଣସି ସଙ୍କଟର ସମାଧାନ। ପ୍ରଧାନମନ୍ତ୍ରୀ ମୋଦିଙ୍କ ମାସୁଦ ପେଜେଶକିୟାନଙ୍କ ସହ କଥାବାର୍ତ୍ତା ଏପରି ଏକ ସମୟରେ ହୋଇଛି ଯେତେବେଳେ ଆମେରିକା ଇରାନର ତିନୋଟି ପରମାଣୁ ସ୍ଥାନ ଉପରେ ବୋମାମାଡ଼ କରିଛି। ଯାହାକୁ ନେଇ ଏବେ ସାରା ବିଶ୍ୱର ନଜର ଏହି ଘଟଣା ପ୍ରତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri