Posted inଜାତୀୟ

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ ହଟାଇ ନିଆଯାଇଛି। ଏହା ସହିତ ମହଙ୍ଗା ଭତ୍ତାକୁ ୧୮ ପ୍ରତିଶତରୁ ବୃଦ୍ଧି କରାଯାଇ ୨୮ ପ୍ରତିଶତ କରାଯାଇଛି। ଏସମ୍ପର୍କରେ ବୁଧବାର ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୨୦୨୦ ଜାନୁୟାରୀ ୧, ୨୦୨୦ ଜୁଲାଇ ୧ ଏବଂ ୨୦୨୧ ଜାନୁୟାରୀ ୧ ଲାଗୁ ହେବାକୁ ଥିବା ମହଙ୍ଗା ଭତ୍ତା ଉପରୁ ରୋକ ହଟାଇ ଦିଆଯାଇଛି। ରୋକ ହଟିବା ପରେ ମହଙ୍ଗା ଭତ୍ତାର ୩ କିସ୍ତିକୁ ମିଶାଇ ୧୧ ପ୍ରତିଶତ ବୃଦ୍ଧି ହୋଇଛି।

ସରକାରଙ୍କ କ୍ୟାବିନେଟ୍‌ ପକ୍ଷରୁ ଗ୍ରହଣ କରାଯାଇଥିବା ଏହି ନିଷ୍ପତ୍ତି ଦ୍ୱାରା କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ମାନେ ଉପକୃତ ହେବ। କରୋନା ମହାମାରୀ ସଂକ୍ରମଣ ଯୋଗୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ରୋକ ଲାଗିଥିଲା। ମହଙ୍ଗା ଭତ୍ତାର କିସ୍ତି ପ୍ରତି ୬ ମାସରେ ଜାରି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri