ଓଡ଼ିଶାକୁ ମୋଦିଙ୍କ ଉପହାର: ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଓଡ଼ିଶାବାସୀଙ୍କ ପାଇଁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ଚାଲିବ। ଏହି ଟ୍ରେନ ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ରୋଡ ଏବଂ ବିଜ଼ୟନଗରମ୍ଠାରେ ରହିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ୬ଦିନ ଚାଲିବ।
ସୂଚନାଯୋଗ୍ୟ, ରେଲଓ୍ବେ ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୮୫ହଜାର କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ରେଳ ଷ୍ଟେଶନରେ ଏକସଙ୍ଗେ ୧୦ ହଜାର ଲାଇଭ ସ୍କ୍ରିନ ମାଧ୍ୟମରେ ଭାରତର ୭୬୪ଟି ସ୍ଥାନରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।
ମୋଟ ୬ହଜାରଟି ପ୍ରକଳ୍ପ ମଧ୍ୟରୁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ୨୭୪ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପଗୁଡିକରେ ୧୬୨ ଇଲେକ୍ଟ୍ରୋନିକ ଇଣ୍ଟରଲକିଂ ସିଷ୍ଟମ, ୪୧ ‘ୱାନ ଷ୍ଟେଶନ ୱାନ ପ୍ରଡକ୍ଟ’ ଷ୍ଟଲ, ୫୦ ସୋଲାର୍‌ ପାୱାର୍‌ ଷ୍ଟେଶନ, ୫ ଗୁଡ୍ସ ଶେଡ, ୯ଟି ନୂଆ ଲାଇନ, ଦୋହରୀକରଣ ଏବଂ ତୃତୀୟ ଲାଇନ ପ୍ରୋଜେକ୍ଟ, ୪ ଅଟୋ ସିଗ୍ନାଲ ସିଷ୍ଟମ, ଗୋଟିଏ ଗତି ଶକ୍ତି ଟର୍ମିନାଲ, ଗୋଟିଏ ଜନଔଷଧି କେନ୍ଦ୍ର ଏବଂ ଗୋଟିଏ ରେଳ କୋଚ ରେଷ୍ଟୁରାଣ୍ଟ ରହିଛି। ପ୍ରଧାନମନ୍ତ୍ରୀ ୯ଟି ନୂତନ ଲାଇନ, ଦୋହରୀକରଣ ଏବଂ ତୃତୀୟ ଲାଇନ ପ୍ରକଳ୍ପ ଉତ୍ସର୍ଗ କରଛନ୍ତି।
ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ଲାଇନ ପ୍ରକଳ୍ପ ଅନ୍ତର୍ଗତ ୨୩୪ କୋଟିର ହରିଦାସପୁର-ବଇରି (୧୬.୮କିମି) ସେକ୍ସନ, କୋରାପୁଟ-ରାୟଗଡା ରେଳଲାଇନ ଦୋହରୀକରଣ ପ୍ରକଳ୍ପ ଅନ୍ତର୍ଗତ ୧୩୧ କୋଟିର ଦାମନଯୋଡ଼ି-ବାଇଗୁଡ଼ା (୧୪.୬ କିମି) ସେକ୍ସନ, ବିଜୟନଗରମ-ଟିଟିଲାଗଡ ତୃତୀୟ ଲାଇନ ପ୍ରକଳ୍ପ ଅନ୍ତର୍ଗତ ୧୬୭ କୋଟିର ସିଙ୍ଗାପୁର ରୋଡ-ରାୟଗଡା (୯.୨କିମି) ସେକ୍ସନ, କୋଟଭାଲସା-କୋରାପୁଟ ଦୋହରୀକରଣ ରେଳଲାଇନ ପ୍ରକଳ୍ପ ଅନ୍ତର୍ଗତ ୧୨୩ କୋଟିର ସିମିଳିଗୁଡ଼ା-ଆରକୁ-ଗୋରାପୁର (୨୧.୬କିମି) ସେକ୍ସନ, କୋଟଭାଲସା-କୋରାପୁଟ ଦୋହରୀକରଣ ରେଳଲାଇନ ପ୍ରକଳ୍ପ ଅନ୍ତର୍ଗତ ୪୭ କୋଟିର କୋଟା-ବୋଡାବରା ରେଳ ସେକ୍ସନ, ବିଳାସପୁର-ଝାରସୁଗୁଡା ୪ର୍ଥ ଲାଇନ ରେଳପ୍ରକଳ୍ପ ଅନ୍ତର୍ଗତ ୫୫୦ କୋଟିର ଝାରସୁଗୁଡା-ଜାମାଗା (୫୩ କିମି) ସେକ୍ସନ, ବଣ୍ଡମୁଣ୍ଡା-ରାଞ୍ଚତ୍ ରେଳଲାଇନ ଦୋହରୀକରଣ ପ୍ରକଳ୍ପ ଅନ୍ତର୍ଗତ ୬୧.୭୩ କୋଟିର ଲିଙ୍କ ବି-ଲିଙ୍କ ସି ବଣ୍ଡମୁଣ୍ଡା ସେକ୍ସନ, ରାଞ୍ଚତ୍-ବଣ୍ଡମୁଣ୍ଡା ରେଳ ଲାଇନ ଦୋହରୀକରଣ ପ୍ରକଳ୍ପ ଅନ୍ତର୍ଗତ ୧୨୯.୯୫ କୋଟିର ନବଗାଓଁ-ଓରଗା (୬.୮ କିମି) ସେକ୍ସନ, ନାରାୟଣଗଡ଼-ଭଦ୍ରକ ୪ର୍ଥ ଲାଇନ ରେଳ ପ୍ରକଳ୍ପ ଅନ୍ତର୍ଗତ ୩୬.୧୨ କୋଟିର ରାଣୀତାଲ-ରାଣୀତାଲ ୪ର୍ଥ ଲାଇନ (୩ କିମି) ସେକ୍ସନ ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri