ଓଡ଼ିଶାକୁ ମୋଦିଙ୍କ ଉପହାର: ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଓଡ଼ିଶାବାସୀଙ୍କ ପାଇଁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ଚାଲିବ। ଏହି ଟ୍ରେନ ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ରୋଡ ଏବଂ ବିଜ଼ୟନଗରମ୍ଠାରେ ରହିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ୬ଦିନ ଚାଲିବ।
ସୂଚନାଯୋଗ୍ୟ, ରେଲଓ୍ବେ ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୮୫ହଜାର କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ରେଳ ଷ୍ଟେଶନରେ ଏକସଙ୍ଗେ ୧୦ ହଜାର ଲାଇଭ ସ୍କ୍ରିନ ମାଧ୍ୟମରେ ଭାରତର ୭୬୪ଟି ସ୍ଥାନରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।
ମୋଟ ୬ହଜାରଟି ପ୍ରକଳ୍ପ ମଧ୍ୟରୁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ୨୭୪ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପଗୁଡିକରେ ୧୬୨ ଇଲେକ୍ଟ୍ରୋନିକ ଇଣ୍ଟରଲକିଂ ସିଷ୍ଟମ, ୪୧ ‘ୱାନ ଷ୍ଟେଶନ ୱାନ ପ୍ରଡକ୍ଟ’ ଷ୍ଟଲ, ୫୦ ସୋଲାର୍‌ ପାୱାର୍‌ ଷ୍ଟେଶନ, ୫ ଗୁଡ୍ସ ଶେଡ, ୯ଟି ନୂଆ ଲାଇନ, ଦୋହରୀକରଣ ଏବଂ ତୃତୀୟ ଲାଇନ ପ୍ରୋଜେକ୍ଟ, ୪ ଅଟୋ ସିଗ୍ନାଲ ସିଷ୍ଟମ, ଗୋଟିଏ ଗତି ଶକ୍ତି ଟର୍ମିନାଲ, ଗୋଟିଏ ଜନଔଷଧି କେନ୍ଦ୍ର ଏବଂ ଗୋଟିଏ ରେଳ କୋଚ ରେଷ୍ଟୁରାଣ୍ଟ ରହିଛି। ପ୍ରଧାନମନ୍ତ୍ରୀ ୯ଟି ନୂତନ ଲାଇନ, ଦୋହରୀକରଣ ଏବଂ ତୃତୀୟ ଲାଇନ ପ୍ରକଳ୍ପ ଉତ୍ସର୍ଗ କରଛନ୍ତି।
ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ଲାଇନ ପ୍ରକଳ୍ପ ଅନ୍ତର୍ଗତ ୨୩୪ କୋଟିର ହରିଦାସପୁର-ବଇରି (୧୬.୮କିମି) ସେକ୍ସନ, କୋରାପୁଟ-ରାୟଗଡା ରେଳଲାଇନ ଦୋହରୀକରଣ ପ୍ରକଳ୍ପ ଅନ୍ତର୍ଗତ ୧୩୧ କୋଟିର ଦାମନଯୋଡ଼ି-ବାଇଗୁଡ଼ା (୧୪.୬ କିମି) ସେକ୍ସନ, ବିଜୟନଗରମ-ଟିଟିଲାଗଡ ତୃତୀୟ ଲାଇନ ପ୍ରକଳ୍ପ ଅନ୍ତର୍ଗତ ୧୬୭ କୋଟିର ସିଙ୍ଗାପୁର ରୋଡ-ରାୟଗଡା (୯.୨କିମି) ସେକ୍ସନ, କୋଟଭାଲସା-କୋରାପୁଟ ଦୋହରୀକରଣ ରେଳଲାଇନ ପ୍ରକଳ୍ପ ଅନ୍ତର୍ଗତ ୧୨୩ କୋଟିର ସିମିଳିଗୁଡ଼ା-ଆରକୁ-ଗୋରାପୁର (୨୧.୬କିମି) ସେକ୍ସନ, କୋଟଭାଲସା-କୋରାପୁଟ ଦୋହରୀକରଣ ରେଳଲାଇନ ପ୍ରକଳ୍ପ ଅନ୍ତର୍ଗତ ୪୭ କୋଟିର କୋଟା-ବୋଡାବରା ରେଳ ସେକ୍ସନ, ବିଳାସପୁର-ଝାରସୁଗୁଡା ୪ର୍ଥ ଲାଇନ ରେଳପ୍ରକଳ୍ପ ଅନ୍ତର୍ଗତ ୫୫୦ କୋଟିର ଝାରସୁଗୁଡା-ଜାମାଗା (୫୩ କିମି) ସେକ୍ସନ, ବଣ୍ଡମୁଣ୍ଡା-ରାଞ୍ଚତ୍ ରେଳଲାଇନ ଦୋହରୀକରଣ ପ୍ରକଳ୍ପ ଅନ୍ତର୍ଗତ ୬୧.୭୩ କୋଟିର ଲିଙ୍କ ବି-ଲିଙ୍କ ସି ବଣ୍ଡମୁଣ୍ଡା ସେକ୍ସନ, ରାଞ୍ଚତ୍-ବଣ୍ଡମୁଣ୍ଡା ରେଳ ଲାଇନ ଦୋହରୀକରଣ ପ୍ରକଳ୍ପ ଅନ୍ତର୍ଗତ ୧୨୯.୯୫ କୋଟିର ନବଗାଓଁ-ଓରଗା (୬.୮ କିମି) ସେକ୍ସନ, ନାରାୟଣଗଡ଼-ଭଦ୍ରକ ୪ର୍ଥ ଲାଇନ ରେଳ ପ୍ରକଳ୍ପ ଅନ୍ତର୍ଗତ ୩୬.୧୨ କୋଟିର ରାଣୀତାଲ-ରାଣୀତାଲ ୪ର୍ଥ ଲାଇନ (୩ କିମି) ସେକ୍ସନ ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri