Posted inଜାତୀୟ

ପୁଟିନ୍‌ଙ୍କ ଅସ୍ତ୍ରବିରତି ପଛରେ ମୋଦିଙ୍କ ହାତ…

ନୂଆଦିଲ୍ଲୀ, ୫।୩ : ରୁଷିଆ ୟୁକ୍ରେନ୍‌ର ମାରିଓପୋଲ ଏବଂ ଭଲଭୋନାଖାରେ ଅସ୍ତ୍ରବିରତି ଘୋଷଣା କରିଛି। ଗୋଟିଏ ଦିନ ପୂର୍ବରୁ ଅସ୍ତ୍ରବିରତି ଘୋଷଣା କରିବାକୁ ଭାରତ ଅନୁରୋଧ କରିଥିଲା। ଯାହା ଦ୍ୱାରା ପ୍ରାୟ ୩୦୦୦ ଭାରତୀୟ ନାଗରିକଙ୍କୁଏୟାର ଲିଫ୍ଟ କରାଯାଇପାରିବ।

ବିଶେଷକରି ପୂର୍ବ ୟୁକ୍ରେନର ଖାର୍କିଭ ଏବଂ ସୁମି ସହରରୁ, ଯେଉଁଠାରେ ଗୁଳି ବିନିମୟ ଏବଂ ଆକ୍ରମଣ ଯୋଗୁ କୌଣସି ବିଦେଶୀ ନାଗରିକଙ୍କୁ ସ୍ଥାନାନ୍ତର କରିବା ଅସମ୍ଭବ ଥିଲା। କିନ୍ତୁ ଗୋଟିଏ ଦିନ ପରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାବିକୁ ଗ୍ରହଣ କରି ଅସ୍ତ୍ରବିରତି ଘୋଷଣା କରିଛନ୍ତି।

ଫଳରେ ଭାରତ କୂଟନୀତି ସଫଳ ରହିଛି। ସାମୟିକ ଅସ୍ତ୍ରବିରତି ଘୋଷଣାକୁ ଶାନ୍ତି ଆଲୋଚନା ଦିଗରେ ଏକ ଭଲ ପଦକ୍ଷେପ ଭାବରେ ବିବେଚନା କରାଯାଉଛି।

ରୁଷିଆ ଆକ୍ରମଣ ପୂର୍ବରୁ ଭାରତ ପକ୍ଷରୁ ଆଡଭାଇଜରୀ ଜାରି ହେବା ପରଠାରୁ ଇତିମଧ୍ୟରେ ୨୦ ହଜାରରୁ ଅଧିକ ଭାରତୀୟ ୟୁକ୍ରେନ ଛାଡଛନ୍ତି। ୪୮ଟି ବିମାନରେ ପ୍ରାୟ ୧୦,୪୦୦ ଜଣ ଭାରତୀୟ ଏବଂ ଛାତ୍ରୀଛାତ୍ରଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ ପୂର୍ବ ୟୁକ୍ରେନର ଦ୍ୱନ୍ଦ୍ୱରେ ଫସି ରହିଥିବା ଭାରତୀୟମାନଙ୍କୁ ନିରାପଦ ସ୍ଥାନାନ୍ତର କରିବା ଉପରେ ସରକାର ଗୁରୁତ୍ୱ ପ୍ରଦାନ କରୁଛନ୍ତି।

ସେଥିମଧ୍ୟରୁ ଖାର୍କିଭରେ ପ୍ରାୟ ୩୦୦, ସୁମିରେ ୭୦୦ ରୁ ଅଧିକ ଏବଂ ଖାର୍କିଭ ଠାରୁ ପ୍ରାୟ 10 କିଲୋମିଟର ଦୂରରେ ଥିବା ପିସୋଚିନରେ ପ୍ରାୟ ୧୦୦୦ ଭାରତୀୟ ଅଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ପର୍ଯ୍ୟନ୍ତ ରୁଷିଆର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କ ସହ ଦୁଇଥର ଆଲୋଚନା କରିଛନ୍ତି। ବାର୍ତ୍ତାଳାପ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଅସ୍ତ୍ରବିରତି ଉଲ୍ଲଂଘନ ପାଇଁ ଦାବି କରିଥିଲେ।

ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୪ କେନ୍ଦ୍ର ମନ୍ତ୍ରୀ ହାର୍ଦ୍ଦିକ ପୁରୀ, କିରେନ ରିଜିଜୁ, ଜେନେରାଲ ଭି.କେ ସିଂ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ୟୁକ୍ରେନ୍‌ର ପଡୋଶୀ ଦେଶରୁ ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ଏୟାରଲିଫ୍ଟ କରିବା ପାଇଁ ସମସ୍ତ ପ୍ରୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri