Posted inଜାତୀୟ

ହିମାଚଳ ପ୍ରଦେଶ ଭୋଟର୍‌ଙ୍କୁ ମୋଦିଙ୍କ ଚିଠି: ଆପଣଙ୍କ ଖଣ୍ଡିଏ ଭୋଟ ମୋ ଶକ୍ତି ବଢାଇବ

ନୂଆଦିଲ୍ଲୀ,୧୦।୧୧: ନଭେମ୍ବର ୧୨ରେ ହିମାଚଳ ପ୍ରଦେଶ ବିଧାନସଭା ଭୋଟ ଗ୍ରହଣ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର ଭୋଟରଙ୍କୁ ଏକ ଚିଠି ଲେଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଚିଠିକୁ ରାଜ୍ୟର ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀରେ ବଣ୍ଟନ କରାଯିବ, ଯାହାଫଳରେ ହିମାଚଳର ପ୍ରତ୍ୟେକ ଭୋଟର ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା ପାଇପାରିବେ। ହିମାଚଳର ପ୍ରତ୍ୟେକ ଭୋଟରଙ୍କ ନିକଟରେ ପହଞ୍ଚିବା ପାଇଁ ଭାଜପା ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇଛି।
ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ଦେବଭୂମିର ଭବିଷ୍ୟତ ପାଇଁ ଆପଣ ଗୁରୁତ୍ୱପୂର୍ଣ୍ଣ ଭୋଟ ଦେବାକୁ ଯାଉଛନ୍ତି। ନିରନ୍ତର ଆଶୀର୍ବାଦ ଏବଂ ଭଲ ପାଇବା ପାଇଁ ଆପଣଙ୍କୁ ମୁଁ ପ୍ରଣାମ କରିବାକୁ ଚାହୁଁଛି। ହିମାଚଳ ଏପରି ଏକ ଅଲୌକିକ ଭୂମି, ଯିଏ ଥରେ ପରିଦର୍ଶନ କରେ ସାରା ଜୀବନ ପାଇଁ ଏହାର ଖୁସି ଅନୁଭବ କରେ। ମୁଁ ତୁମ ମଧ୍ୟରେ ଅନେକ ଥର ରହିବାର ସୌଭାଗ୍ୟ ପାଇଛି। ଏହି ଋଣ ପରିଶୋଧ କରିବାକୁ ହିମାଚଳବାସୀଙ୍କ ନିରନ୍ତର ସେବା କରିବା ମୋର ଆଜୀବନ ଦାୟିତ୍ୱ।
ପ୍ରଧାନମନ୍ତ୍ରୀ ଚିଠିରେ ଆହୁରି କହିଛନ୍ତି, ଭାଜପା ହିମାଚଳ ପ୍ରଦେଶକୁ ଭାରତର ବିଶ୍ୱାସ, ଆଧ୍ୟାତ୍ମିକତା ଏବଂ ସଂସ୍କୃତିର ମାଟି ବୋଲି ବିବେଚନା କରେ। ସେଥିପାଇଁ ହିମାଚଳ ସେବାରେ ଭାଜପା ସରକାରଙ୍କର ଅଦମ୍ୟ ବିଶ୍ୱାସ ରହିଛି। ଦେଶର ସେବାରେ ହିମାଚଳର ଯୁବକମାନେ ଅଦମ୍ୟ ସାହସ ଦେଖାଇଛନ୍ତି। ତେଣୁ ଭାଜପା ପାଇଁ ହିମାଚଳ ପ୍ରଦେଶର ସେବା ହେଉଛି ଭାରତ ମାତା ସେବା କରିବାର ଅନ୍ୟ ଏକ ମାଧ୍ୟମ।
ହିମାଚଳର ଭୋଟରଙ୍କୁ ଲେଖିଥିବା ଚିଠିରେ ପ୍ରଧାନମନ୍ତ୍ରୀ ମୋଦି ଭାଜପାର ବିଜୟକୁ ନେଇ ନିଜର ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ଯେ ଗତଥର ଭଳି ଭାଜପା ଆପଣଙ୍କ ଆଶୀର୍ବାଦ ପାଇବ ଏବଂ ହିମାଚଳରେ ପୁଣି ଥରେ ପଦ୍ମ ଫୁଲ ଫୁଟିବ। ପଦ୍ମ ଫୁଲକୁ ଦିଆଯାଇଥିବା ଆପଣଙ୍କ ପ୍ରତ୍ୟେକ ଭୋଟ ସିଧାସଳଖ ମୋର ଶକ୍ତି ବୃଦ୍ଧି କରିବ।
ସୂଚନାଯୋଗ୍ୟ, ୬୮ ଆସନ ବିଶିଷ୍ଟ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ନଭେମ୍ବର ୧୨ରେ ଅନୁଷ୍ଠିତ ହେବ। ନଭେମ୍ବର ୮ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri