Posted inଜାତୀୟ

ସରପଞ୍ଚଙ୍କୁ ମୋଦିଙ୍କ ଚିଠି, ଗାଁରେ ସୃଷ୍ଟି ହେଉ ଯୋଗ ନେଇ ପ୍ରେରଣା…

ନୂଆଦିଲ୍ଲୀ, ୧୧।୬ : ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସ -୨୦୨୨ ପାଳନ କରିବ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସମସ୍ତ ସରପଞ୍ଚଙ୍କୁ ଏକ ଚିଠି ଲେଖିଛନ୍ତି। ଯୋଗ କରିବାକୁ ଗ୍ରାମବାସୀଙ୍କୁ ପ୍ରେରଣା ଦେବା ପାଇଁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଆହ୍ବାନ ଦେଇଛନ୍ତି।

ଏହି ଚିଠିକୁ ପଞ୍ଚାୟତିରାଜ ମନ୍ତ୍ରଣାଳୟକୁ ପଠାଯାଇଛି। ଦେଶରେ ପ୍ରାୟ ଅଢ଼େଇ ଲକ୍ଷ ଗ୍ରାମ ପଞ୍ଚାୟତ ଅଛି। ବର୍ତ୍ତମାନ ପଞ୍ଚାୟତିରାଜ ମନ୍ତ୍ରଣାଳୟ ବିଭିନ୍ନ ରାଜ୍ୟର ମୁଖ୍ୟ ସଚିବ ତଥା କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସନିକ ଅଧିକାରୀଙ୍କ ନିକଟକୁ ଏହି ଚିଠି ପଠାଉଛନ୍ତି। ଏହା ପରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କୁ ପ୍ରଧାନମନ୍ତ୍ରୀଙ୍କ ଚିଠି ପଠାଯିବ।

ପ୍ରଧାନମନ୍ତ୍ରୀ ଚିଠିରେ ଲେଖିଛନ୍ତି, ସରପଞ୍ଚ ମହାଶୟ, ମୁଁ ଆଶା କରୁଛି ଆପଣ ଏବଂ ଆପଣଙ୍କ ଅଞ୍ଚଳର ସମସ୍ତ ଭାଇ ଓ ଭଉଣୀମାନେ ସୁସ୍ଥ ଏବଂ କୁଶଳରେ ଥିବେ। ମୌସୁମୀ ଦେଶର ଅଧିକାଂଶ ଭାଗରେ ପହଞ୍ଚିଛି ଏବଂ ଆମର ସମସ୍ତ କୃଷକ ଭାଇ ଓ ଭଉଣୀମାନେ ଚାଷ ପ୍ରସ୍ତୁତିରେ ନିୟୋଜିତ ହୋଇଛନ୍ତି। ମୁଁ ଭଲ ମୌସୁମୀର ଆଶା ସହିତ ତୁମ ମାଧ୍ୟମରେ ପ୍ରତ୍ୟେକ ଅନ୍ନଦାତାଙ୍କୁ ପ୍ରଣାମ କରୁଛି।

ଚିଠିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, କିଛି ଦିନ ପରେ, ୨୧ଜୁନ ରେ, ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହେବାକୁ ଯାଉଛି। ଆମେ ସମସ୍ତେ ଦେଖିଛୁ ଯେ ବିଶ୍ୱର ବିଭିନ୍ନ ଦେଶମାନେ କିପରି ଏହି ଦିନକୁ ଉତ୍ସାହର ସହ ପାଳନ କରନ୍ତି। ଏନେଇ ଭାରତ ଗର୍ବିତ। ଆମେ ସମସ୍ତ ଭାରତବାସୀ ଯୋଗ ଦିବସକୁ ସ୍ବତନ୍ତ୍ର ଭାବେ ପାଳନ କରିବାର ପ୍ରୟାସ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri