୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍‌ ବୈଠକ

ଭୁବନେଶ୍ୱର, ୨୭ା୧୧(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ଉଭୟ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ୨୯ ତାରିଖ ଅପରାହ୍ନ ୪ଟା୧୫ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସେଠାରେ ସେ ଏକତ୍ରିତ ହୋଇଥିବା ଲୋକମାନଙ୍କୁ କିଛି ସମୟ ଉଦ୍‌ବୋଧନ ଦେବେ ବୋଲି ଜଣାପଡ଼ିଛି। ଏହାପରେ ସେଠାରୁ ରୋଡ୍‌ ଶୋ ଜରିଆରେ ଆସି ରାଜଭବନ ପର୍ଯ୍ୟନ୍ତ ଯିବେ। ପରେ ପ୍ରଧାନମନ୍ତ୍ରୀ ରାଜଭବନରୁ ବାହାରି ଦଳୀୟ କାର୍ଯ୍ୟାଳୟକୁ ଯିବେ। ସେଠାରେ ସେ ୨ ଘଣ୍ଟା ରହିବେ। ଏହି ଅବସରରେ ଦଳୀୟ ଏମ୍‌ପି, ବିଧାୟକ, ମନ୍ତ୍ରୀ, ବରିଷ୍ଠ ପଦାଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଓଡ଼ିଶା ଆସିବା ପୂର୍ବରୁ ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରାସ୍ତାର ଉଭୟ କଡ଼ରେ ଥିବା କ୍ୱାର୍ଟର୍ସ ଆଗରେ ଷ୍ଟିଲର ନୂଆ ବ୍ୟାରିକେଡିଂ ହେଉଥିବା ଦେଖିବାକୁ ମିଳିଛି। ଏହାସହ ବମ୍‌ ଚେକିଂ ସ୍କ୍ବାଡ୍‌ ମଧ୍ୟ ଅନେକ ସ୍ଥାନ ବୁଲି ଚେକିଂ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଉଭୟ ପ୍ରଶାସନିକ ଓ ରାଜନୈତିକ ସ୍ତରରେ ବାରମ୍ବାର ବୈଠକ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ୩୦ ତାରିଖରେ ଲୋକସେବା ଭବନ ନୂତନ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଡିଜିପି ସମ୍ମିଳନୀରେ ଯୋଗଦେବେ। ତେବେ ଆସନ୍ତା ୧ରେ ତାଙ୍କର କ’ଣ କାର୍ଯ୍ୟକ୍ରମ ରହିଛି ସେନେଇ କିଛି ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri