Posted inଜାତୀୟ

ମୋଦିଙ୍କ ନୂଆ ଟିମ୍‌ରେ ୪ ଡାକ୍ତର

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରିମଣ୍ଡଳ ବୁଧବାର ସମ୍ପ୍ରସାରଣ ହୋଇଛି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ ନେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ମୋଦିଙ୍କ ନୂଆ ଟିମ୍‌ରେ ୪ ଜଣ ଡାକ୍ତର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପଶ୍ଚିମବଙ୍ଗର ବାଙ୍କୁରା ଆସନରୁ ଲୋକସଭାକୁ ଆସିଥିବା ସୁବାସ ସରକାର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଶପଥ ନେଇଛନ୍ତି। ଏମ୍‌ପି ସୁବାସ ପେଶାରେ ଜଣେ ଡାକ୍ତର। ସେ ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ଭାବେ କାମ କରିଛନ୍ତି ।

ରାଜ୍ୟସଭା ଏମ୍‌ପି ଡାକ୍ତର ଭାଗବତ କ୍ରିଷ୍ଣାରାଓ କରାଡଙ୍କୁ ମଧ୍ୟ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି । ଭାଗବତ କ୍ରିଷ୍ଣାରାଓ କରାଡ ଜଣେ ଡାକ୍ତର ଭାବେ ଔରଙ୍ଗାବାଦରେ ଏକ ମଲ୍ଟି ସ୍ପେଶାଲିଷ୍ଟ ହସ୍ପିଟାଲ ଆଣ୍ଡ ରିସର୍ଚ୍ଚ ସେଣ୍ଟର ଚଳାଉଛନ୍ତି । ସେହିପରି ମନ୍ତ୍ରୀ ଭାବେ ଶପଥ ନେଇଥିବା ମହାରାଷ୍ଟ୍ର ଡିଣ୍ଡୋରି ଏମ୍‌ପି ଭାରତୀ ପରଭିନ ପାୱାର ମଧ୍ୟ ପେଶାରେ ଜଣେ ଡାକ୍ତର । ରାଜନୀତିକୁ ଆସିବା ଆଗରୁ ସେ ଡାକ୍ତର ଭାବେ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଥିଲେ । ମନ୍ତ୍ରୀ ଭାବେ ଆଉ ଜଣେ ଶପଥ ନେଇଥିବା ଡାକ୍ତର ହେଉଛନ୍ତି ଗୁଜୁରାଟ ସୁରେନ୍ଦ୍ର ନଗର ଏମ୍‌ପି ମୁଞ୍ଜାପରା ମହେନ୍ଦ୍ର ଭାଇ। ଗୁଜୁରାଟ ୟୁନିଭର୍ସିଟିରେ ସେ ଜେନେରାଲ ମେଡିସିନର ଏମ୍‌ଡି ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri