Posted inଜାତୀୟ

ସମସ୍ତ ବିଶ୍ୱବିଦ୍ୟାଳୟ-କଲେଜରେ ଲଗାଯିବ ମୋଦିଙ୍କ ଫଟୋ : ୟୁଜିସି ପଠାଇଲା ଚିଠି…

ନୂଆଦିଲ୍ଲୀ,୨।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଲଗାଯିବ। ଏହା ସହିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଠିକ ନିଜ ନିଜର ସେଲଫି ପଏଣ୍ଟ ସୃଷ୍ଟି କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) କହିଛି। ୟୁଜିସିର ଏହି ଅନୁରୋଧ ଏପରି ଏକ ସମୟରେ ଆସିଛି ଯେତେବେଳେ ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଛି।

ଏ ସମ୍ପର୍କରେ ୟୁଜିସି ସଚିବ ମନୀଷ ଯୋଶୀଙ୍କ ଦ୍ୱାରା ପ୍ରକାଶିତ ଏକ ଚିଠିରେ କୁହାଯାଇଛି ଏହି ସେଲଫି ପଏଣ୍ଟଗୁଡ଼ିକ ଯୁବବର୍ଗମାନଙ୍କ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଭାରତର ସଫଳତା ବିଷୟରେ ସଚେତନତା ସୃଷ୍ଟି କରିବ। ଏହା ସେମାନଙ୍କ ପାଇଁ ସାମୂହିକ ଗର୍ବର ଭାବନା ବିକାଶ କରିବ। ଏହି ଚିଠି ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ତଥା ମହାବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ନିକଟକୁ ପଠାଯାଇଛି।

ଆମ ଦେଶରେ ଯେଉଁ ଅଦ୍ଭୁତପୂର୍ବ ଅଗ୍ରଗତି ହୋଇଛି ତାହା ପାଳନ ଏବଂ ପ୍ରୋତ୍ସାହିତ କରିବା ପାଇଁ ଆପଣଙ୍କ ଅନୁଷ୍ଠାନରେ ଏକ ସେଲଫି ପଏଣ୍ଟ ସ୍ଥାପନ କରନ୍ତୁ ବୋଲି ଚିଠିରେ କୁହାଯାଇଛି। ଏହାର ଉଦ୍ଦେଶ୍ୟ ହେଉଛି ଯୁବବର୍ଗମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଭାରତର ସଫଳତା, ବିଶେଷକରି ନୂତନ ଶିକ୍ଷା ନୀତି ୨୦୨୦ ଅଧୀନରେ ନିଆଯାଇଥିବା ନୂତନ ପଦକ୍ଷେପ ବିଷୟରେ ଅବଗତ କରାଇବା ।

ଏହି ଚିଠିରେ ଆହୁରି ଦର୍ଶାଯାଇଛି ଏହି ପଏଣ୍ଟରେ ଫଟୋ ଉଠାଇବା ଏବଂ ସୋସିଆଲ ମିଡିଆରେ ଶେୟାର କରିବାକୁ ଉତ୍ସାହିତ କରିବାକୁ ଆପଣଙ୍କୁ ଅନୁରୋଧ କରାଯାଉଛି।

ତେବେ ଅନେକ ଶିକ୍ଷାବିତ ୟୁଜିସିର ଏହି ଚିଠିକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହୁଛନ୍ତି। ସାର୍ବଜନୀନ ଅନୁଷ୍ଠାନଗୁଡିକ ଏପରି କାର୍ଯ୍ୟ ପାଇଁ ବ୍ୟବହୃତ ହେବା ଉଚିତ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri