Posted inଜାତୀୟ

ସମସ୍ତ ବିଶ୍ୱବିଦ୍ୟାଳୟ-କଲେଜରେ ଲଗାଯିବ ମୋଦିଙ୍କ ଫଟୋ : ୟୁଜିସି ପଠାଇଲା ଚିଠି…

ନୂଆଦିଲ୍ଲୀ,୨।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଲଗାଯିବ। ଏହା ସହିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଠିକ ନିଜ ନିଜର ସେଲଫି ପଏଣ୍ଟ ସୃଷ୍ଟି କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) କହିଛି। ୟୁଜିସିର ଏହି ଅନୁରୋଧ ଏପରି ଏକ ସମୟରେ ଆସିଛି ଯେତେବେଳେ ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଛି।

ଏ ସମ୍ପର୍କରେ ୟୁଜିସି ସଚିବ ମନୀଷ ଯୋଶୀଙ୍କ ଦ୍ୱାରା ପ୍ରକାଶିତ ଏକ ଚିଠିରେ କୁହାଯାଇଛି ଏହି ସେଲଫି ପଏଣ୍ଟଗୁଡ଼ିକ ଯୁବବର୍ଗମାନଙ୍କ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଭାରତର ସଫଳତା ବିଷୟରେ ସଚେତନତା ସୃଷ୍ଟି କରିବ। ଏହା ସେମାନଙ୍କ ପାଇଁ ସାମୂହିକ ଗର୍ବର ଭାବନା ବିକାଶ କରିବ। ଏହି ଚିଠି ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ତଥା ମହାବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ନିକଟକୁ ପଠାଯାଇଛି।

ଆମ ଦେଶରେ ଯେଉଁ ଅଦ୍ଭୁତପୂର୍ବ ଅଗ୍ରଗତି ହୋଇଛି ତାହା ପାଳନ ଏବଂ ପ୍ରୋତ୍ସାହିତ କରିବା ପାଇଁ ଆପଣଙ୍କ ଅନୁଷ୍ଠାନରେ ଏକ ସେଲଫି ପଏଣ୍ଟ ସ୍ଥାପନ କରନ୍ତୁ ବୋଲି ଚିଠିରେ କୁହାଯାଇଛି। ଏହାର ଉଦ୍ଦେଶ୍ୟ ହେଉଛି ଯୁବବର୍ଗମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଭାରତର ସଫଳତା, ବିଶେଷକରି ନୂତନ ଶିକ୍ଷା ନୀତି ୨୦୨୦ ଅଧୀନରେ ନିଆଯାଇଥିବା ନୂତନ ପଦକ୍ଷେପ ବିଷୟରେ ଅବଗତ କରାଇବା ।

ଏହି ଚିଠିରେ ଆହୁରି ଦର୍ଶାଯାଇଛି ଏହି ପଏଣ୍ଟରେ ଫଟୋ ଉଠାଇବା ଏବଂ ସୋସିଆଲ ମିଡିଆରେ ଶେୟାର କରିବାକୁ ଉତ୍ସାହିତ କରିବାକୁ ଆପଣଙ୍କୁ ଅନୁରୋଧ କରାଯାଉଛି।

ତେବେ ଅନେକ ଶିକ୍ଷାବିତ ୟୁଜିସିର ଏହି ଚିଠିକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହୁଛନ୍ତି। ସାର୍ବଜନୀନ ଅନୁଷ୍ଠାନଗୁଡିକ ଏପରି କାର୍ଯ୍ୟ ପାଇଁ ବ୍ୟବହୃତ ହେବା ଉଚିତ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri