Posted inଜାତୀୟ

ଅନୁକମ୍ପା ପାଇଁ ମୋଦିଙ୍କ ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୭୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଞ୍ଜାବ ଜନସାଧାରଣଙ୍କ ଅନୁକମ୍ପା ହାସଲ ପାଇଁ ‘ସୁରକ୍ଷାରେ ତ୍ରୁଟି’ ଷ୍ଟଣ୍ଟ୍‌ ଆପଣାଇଥିବା କୃଷକ ନେତା ରାକେଶ ଟିକାଏତ୍‌ ଗୁରୁବାର ସମାଲୋଚନା କରିଛନ୍ତି। ଭାରତୀୟ କିଷାନ ୟୁନିୟନ୍‌ (ବିକେୟୁ) ମୁଖପାତ୍ର ଟିକାଏତ୍‌ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀ ପଞ୍ଜାବକୁ ଯିବା ଉଚିତ ନ ଥିଲା। ମୋଦି ସେଠାରୁ ଜୀବିତ ଫେରିଆସିଥିବା କହୁଛନ୍ତି ବୋଲି ଆମେ ଶୁଣିଆସୁଛୁ। ତେଣୁ ଏହା ଏକ ଷ୍ଟଣ୍ଟ୍‌ ଭଳି ମନେହେଉଛି। ବୁଧବାର ଫିରୋଜପୁର ସମେତ ଅନେକ ସ୍ଥାନରେ କୃଷକଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ମୋଦିଙ୍କ ବାଟ ଓଗାଳିବା ପାଇଁ କେହି ଚାହୁଁ ନ ଥିଲେ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କ ମତରେ ଭାଜପା ସଭାରେ ଚୌକିଗୁଡ଼ିକ ଖାଲିପଡ଼ିଥିବାରୁ ମୋଦି ଫେରିଯାଇଥିଲେ। ତେଣୁ ସୁରକ୍ଷାରେ ତ୍ରୁଟି ଯୋଗୁ ନା କୃଷକଙ୍କ ଆକ୍ରୋଶ ଲାଗି ମୋଦି ଅଧାବାଟରୁ ଫେରିଛନ୍ତି ତାହାର ତଦନ୍ତ କରାଯାଉ ବୋଲି ଟିକାଏତ୍‌ ଦାବି କରିଛନ୍ତି।
ପ୍ରକାଶ ଯେ, କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ଉଚ୍ଛେଦ ହେବା ପରେ ପଞ୍ଜାବକୁ ଏହା ଥିଲା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ। ଆସନ୍ତା ଫେବୃୟାରୀ-ମାର୍ଚ୍ଚରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ମୋଦି ଫିରୋଜପୁର ସଭାରେ ୪୨,୭୫୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟକ୍ରମର ଭିତ୍ତିପ୍ରସ୍ତର ସ୍ଥାପନ କରିଥାଆନ୍ତେ। କିନ୍ତୁ କ୍ଷୁବ୍ଧ ଚାଷୀଙ୍କ ବିରୋଧ ଯୋଗୁ ସେ ଫ୍ଲାଏଓଭରରେ ଫସିରହିଥିଲେ। ଦିଲ୍ଲୀକୁ ଫେରିବାବେଳେ ଏୟାରପୋର୍ଟରେ ପଞ୍ଜାବର ପୋଲିସ ଅଧିକାରୀମାନଙ୍କୁ କହିଥିଲେ, ମୁଁ ଜୀବିତ ଫେରିଆସିଥିବାରୁ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କୁ ଧନ୍ୟବାଦ ଜଣାଇଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri