ଜି-୭ରେ ଚାଇନାକୁ ମୋଦିଙ୍କ ଟାର୍ଗେଟ: ସୀମାରେ ଯଥାସ୍ଥିତି ପରିବର୍ତ୍ତନ ବିରୋଧରେ ସ୍ବର ଉତ୍ତୋଳନ ଜରୁରୀ…

ଟୋକିଓ,୨୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜାପାନର ଜି-୭ରେ  ଦେଇଥିବା ବିବୃତ୍ତିରେ କହିଛନ୍ତି ୟୁକ୍ରେନର ସାମ୍ପ୍ରତିକ ପରିସ୍ଥିତି ରାଜନୈତିକ କିମ୍ବା ଅର୍ଥନୈତିକ ପ୍ରସଙ୍ଗ ନୁହେଁ, କିନ୍ତୁ ଏହା ଏକ ମାନବିକ ପ୍ରସଙ୍ଗ, ମାନବିକ ମୂଲ୍ୟବୋଧର ପ୍ରସଙ୍ଗ। ସମସ୍ତ ଦେଶ ଅନ୍ତର୍ଜାତୀୟ ନିୟମ, ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତାକୁ ସମ୍ମାନ ଦେବା ଆବଶ୍ୟକ।

ସେ ତାଙ୍କ ବିବୃତ୍ତିରେ ଚାଇନାକୁ ପରୋକ୍ଷରେ ଟାର୍ଗେଟ କରିଛନ୍ତି ଏବଂ କହିଛନ୍ତି ସୀମାରେ ଯଥାସ୍ଥିତିକୁ ଏକପାଖିଆ ଭାବେ ବଦଳାଇବାକୁ ଯେକୌଣସି ପ୍ରୟାସକୁ ବିରୋଧ କରାଯିବା ଉଚିତ।

ଯେ କୌଣସି ବିବାଦ ଏବଂ ତିକ୍ତ ପରିସ୍ଥିତିକୁ ଆଲୋଚନା ମାଧ୍ୟମରେ ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ କରାଯିବା ଉଚିତ। ବୁଦ୍ଧଙ୍କ ବିଷୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଦୁନିଆରେ ଏପରି କୌଣସି ସମସ୍ୟା ନାହିଁ, ଯାହା ଭଗବାନ ବୁଦ୍ଧଙ୍କ ଶିକ୍ଷା ଦ୍ୱାରା ସମାଧାନ ହୋଇପାରିବ ନାହିଁ। ଭଗବାନ ବୁଦ୍ଧ ଶାନ୍ତିପୂର୍ଣ୍ଣ ଆଲୋଚନା ମାଧ୍ୟମରେ ଶତ୍ରୁତାକୁ ସମାପ୍ତ କରିବା ବିଷୟରେ କହିଥିଲେ ଏବଂ ଆମେ ମଧ୍ୟ ସମାନ ପଦକ୍ଷେପ ସହିତ ଆଗକୁ ବଢ଼ିବା ଆବଶ୍ୟକ।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଷଣରେ କହିଛନ୍ତି ସମସ୍ତ ଦେଶ ସୀମାରେ ଯଥାସ୍ଥିତି ପରିବର୍ତ୍ତନ ବିରୋଧରେ ସ୍ବର ଉତ୍ତୋଳନ କରିବା ଜରୁରୀ। ସୀମାରେ ଚାଇନା ସହିତ ଭାରତର ଦୀର୍ଘ ଦିନ ଧରି ବିବାଦ ଲାଗି ରହିଛି ଏବଂ ଉଭୟ ଦେଶ ସୀମା ବିବାଦରେ ଛନ୍ଦି ହୋଇପଡିଛନ୍ତି। ଏଭଳି ପରିସ୍ଥିତିରେ ମୋଦିଙ୍କ ବିବୃତ୍ତି ଚାଇନେ ଉପରେ ପରୋକ୍ଷ ଟାର୍ଗେଟ ଭାବେ ବିବେଚନା କରାଯାଉଛି। କୌଣସି ବିବାଦର ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ବର୍ତ୍ତମାନର ବିଶ୍ୱ ପରିସ୍ଥିତି ବିକାଶଶୀଳ ଦେଶ ଉପରେ ଖରାପ ପ୍ରଭାବ ପକାଉଛି। ସାମ୍ପ୍ରତିକ ସଙ୍କଟ ଯୋଗୁଁ ଖାଦ୍ୟ, ତୈଳ ଏବଂ ସାରର ସଙ୍କଟ ବୃଦ୍ଧି ପାଇଛି। ବିଶେଷ କରି ବିକାଶଶୀଳ ଦେଶମାନେ ଅଧିକ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର ଅନୁସାରେ…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri