Posted inଜାତୀୟ

ମୋଦିଙ୍କ ଲୁହ-ରାମଦାସଙ୍କ କବିତା ଦେଲା ବାଡ଼ ଡ଼େଇଁବାର ସଙ୍କେତ

ନୂଆଦିଲ୍ଲୀ,୯।୨: ରାଜ୍ୟ ସଭାର ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ଙ୍କ କାର୍ଯ୍ୟକାଳ ଫେବୃୟାରୀ ୧୫ରେ ଶେଷ ହେଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସଭିଏଁ ଗୁଲାମ ନବୀଙ୍କୁ ତାଙ୍କର କାର୍ଯ୍ୟ ପାଇଁ ପ୍ରଶଂସା କରିଛନ୍ତିି। ସୋମବାର ମୋଦି ଗୁଲାମ ନବୀଙ୍କୁ ଭୁରି ପ୍ରଶଂସା କରିଥିବାବେଳେ ମଙ୍ଗଳବାର ତାଙ୍କ ପାଇଁ ଭାବ ବିହ୍ବଳ ହୋଇ କାନ୍ଦି ପକାଇଥିବା କୁହାଯାଉଛି। ମୋଦିଙ୍କ ଏଭଳି ଭାବାବେଗ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛିି। ସେହିପରି କେନ୍ଦ୍ର ସରକାରଙ୍କ ସହଯୋଗୀ ଥିବା ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆର ପ୍ରମୁଖ ରାଜ୍ୟ ସଭା ଏମ୍‌ପି ରାମଦାସ ଅଠାଓ୍ବଲେ ଗୁଲାମ ନବୀଙ୍କୁ ନେଇ ଏକ କବିତା ପଢ଼ି ଶୁୂଣାଇଥିଲେ। କବିତାରେ ପରୋକ୍ଷ ଭାବେ ଗୁଲାମନବୀଙ୍କୁ ଦଳ ବଦଳ ପାଇଁ ସଙ୍କେତ ଦିଆଯାଇଛି। କଂଗ୍ରେସ ଦ୍ୱାରା ରାଜ୍ୟ ସଭାକୁ ଗୁଲାମ ନବୀଙ୍କ ଫେରିବା ନିଶ୍ଚିତ ନୁହେଁ ବୋଲି ଚର୍ଚ୍ଚା ହେଉଛି। ତେବେ ରାମଦାସ କହିଛନ୍ତି ଯେ, ଗୁଲାମ ନବୀ ରାଜ୍ୟ ସଭାକୁ ଫେରିବା ଆବଶ୍ୟକ। କଂଗ୍ରେସ ନ ଆଣିଲେ ଏନ୍‌ଡ଼ିଏ ତାଙ୍କ୍‌ୁ ଆଣିବ ବୋଲି ସେ କହିଛନ୍ତି। କଂଗ୍ରେସରେ ଅଧ୍ୟକ୍ଷ ନିର୍ବାଚନ ନେଇ ଗୁଲାମ ନବୀଙ୍କ ସମେତ ୨୩ ଜଣିଆ ଅସନ୍ତୁଷ୍ଟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ପାଖକୁ ଚିଠି ଲେଖିଥିଲେ। ଏହା ହାଇକମାଣ୍ଡ ଗୁଲାମ ନବୀଙ୍କ ଉପରେ ଆଉ ସେତେ ଖୁସି ନ ଥିବା ରାଜନୈତିକ ସମୀକ୍ଷକମାନେ ମତପୋଷଣ କରୁଛନ୍ତି। ତେଣୁ ମୋଦିଙ୍କ ସମେତ ଅନ୍ୟ ନେତାମାନେ ଗୁଲାମ ନବୀଙ୍କ ପ୍ରଶଂସା କରିବାରେ ଲାଗିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri