Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ମୋଦିଙ୍କ ଥ୍ରୀ-ଟି ମନ୍ତ୍ର

ନୂଆଦିଲ୍ଲୀ,୮ା୮: ଭାରତର ବିକାଶ ପାଇଁ କୃଷି କ୍ଷେତ୍ରରେ ଆଧୁନିକୀକରଣ ସହ ୩-ଟି ମନ୍ତ୍ର ଆପଣାଇବାକୁ ପଡ଼ିବ ବୋଲି ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଓ ଉପରାଜ୍ୟପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। କୃଷି, ପ୍ରାଣୀଧନ ଓ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଭାରତକୁ ବିଶ୍ୱର ନେତୃତ୍ୱ ନେବାକୁ ହେଲେ ଆଧୁନିକୀକରଣ ସହ ଖାଇବା ତେଲରେ ଆମତ୍ନିର୍ଭରଶୀଳତା ଆଣିବାକୁ ପଡ଼ିବ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି। ଏହାବାଦ୍‌ କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଭାରତର ଉଲ୍ଲେଖନୀୟ ଅଗ୍ରଗତି ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିବା ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨୩ ମୁଖ୍ୟମନ୍ତ୍ରୀ, ୩ ଉପରାଜ୍ୟପାଳ ଏବଂ ୨ ପ୍ରଶାସକ ନିଜ ନିଜ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଉତ୍କର୍ଷ ଓ ଆହ୍ବାନଗୁଡ଼ିକ ସମ୍ପର୍କରେ ମତବ୍ୟକ୍ତ କରିଥିବା ନୀତି ଆୟୋଗ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପରମେଶ୍ୱରନ୍‌ ଆୟର କହିଛନ୍ତି।
କେନ୍ଦ୍ର ସରକାରଙ୍କ ସର୍ବୋଚ୍ଚ ସାଧାରଣ ନୀତି ନିର୍ଦ୍ଧାରଣକାରୀ ଥିଙ୍କଟ୍ୟାଙ୍କ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଶନ୍‌ ଫର୍‌ ଟ୍ରାନ୍ସଫର୍ମିଂ ଇଣ୍ଡିଆ (ନୀତି) ଆୟୋଗର ସପ୍ତମ ଗଭର୍ନିଂ କାଉନ୍ସିଲ ବୈଠକ ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ଭବନର କଲ୍ଚରାଲ ସେଣ୍ଟରରେ ଆୟୋଜିତ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିଥିବାବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ବ୍ୟତୀତ ଅନ୍ୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳ ଯୋଗଦେଇଥିଲେ। ୨୦୧୯ ଜୁଲାଇ ପରେ ଏହା ହେଉଛି ପ୍ରଥମ ବୈଠକ; ଯେଉଁଠି ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଓ କେତେଜଣ କେନ୍ଦ୍ରମନ୍ତ୍ରୀ ବ୍ୟକ୍ତିଗତ ଭାବେ ସାମିଲ ହୋଇଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ରାଜ୍ୟଗୁଡ଼ିକୁ ତିନୋଟି ବିନ୍ଦୁ (୩-ଟି) ଉପରେ ଫୋକସ୍‌ କରିବାକୁ ପରାମର୍ଶ ଦେଇଥିଲେ। ସେଗୁଡ଼ିକ ହେଲା ଟ୍ରେଡ୍‌ (ବାଣିଜ୍ୟ), ଟୁରିଜମ୍‌ (ପର୍ଯ୍ୟଟନ) ଏବଂ ଟେକ୍ନୋଲୋଜି (କାରିଗରି)। ଏହି ୩-ଟି ଜରିଆରେ ଆମଦାନୀ ହ୍ରାସ ଓ ରପ୍ତାନିରେ ବୃଦ୍ଧି କରାଯାଇପାରିବ। ସ୍ଥାନୀୟ ସାମଗ୍ରୀ ବ୍ୟବହାର ପାଇଁ ଲୋକଙ୍କୁ ପ୍ରୋତ୍ସାହନ ଦିଆଯିବା ଉଚିତ। ସେହିପରି କୋଭିଡ୍‌ ମହାମାରୀ ସମୟରେ ରାଜ୍ୟଗୁଡ଼ିକ ସଂଘୀୟ ସହଯୋଗିତା ବୃଦ୍ଧି ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ଏହାଦ୍ୱାରା କୋଭିଡ୍‌-୧୯ ବିରୋଧୀ ଲଢ଼େଇ ପାଇଁ ଭାରତ ବଳ ପାଇଥିଲା। ଏଥିସହ ବିଶ୍ୱରେ ଭାରତ ଏକ ବିକାଶଶୀଳ ରାଷ୍ଟ୍ର ରୂପେ ନେତୃତ୍ୱ ନେଇପାରିଛି। ରାଜ୍ୟଗୁଡ଼ିକ ପକ୍ଷରୁ ଉପସ୍ଥାପିତ ସେମାନଙ୍କ ଅସୁବିଧା, ଚ୍ୟାଲେଞ୍ଜ ଓ ଉତ୍କର୍ଷ ସମ୍ପର୍କରେ ନୀତି ଆୟୋଗ ଅନୁଧ୍ୟାନ କରି ଆଗକୁ ବଢ଼ିବା ପାଇଁ ପଥ ପ୍ରଶସ୍ତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri