ମୋହଡାରେ ଦୃର୍ବୃତ୍ତଙ୍କ ଆତଙ୍କରାଜ, ଦୁଇ ଯୁବକଙ୍କୁ ହତ୍ୟା ପରେ ପୋଡିଦେଲେ

ବ୍ରହ୍ମପୁର,୨୯।୬( ସୁବାସ ଚନ୍ଦ୍ର ପାଢ଼ୀ) ଅଶାନ୍ତ ହୋଇଛି ବ୍ରହ୍ମପୁର ସହର ଓ ସହରତଳି ଅଞ୍ଚଳ। କେତେବେଳେ ପିଟିପିଟି ହତ୍ୟା ପରେ ପୋଡି ହତ୍ୟା କରୁଛନ୍ତି ତ ରାସ୍ତାରେ ହାଣୁଛନ୍ତି ତ ଆଉ କେତେବେଳେ ଫୁଟୁଛି ବୋମା। ପୁଲିସକୁ ଖୋଲା ଚାଲେଞ୍ଜ ଦେଇ ଅପରାଧ ଘଟାଉଛନ୍ତି ଦୃର୍ବୃତ୍ତ । ଅପରାଧୀଙ୍କୁ ନିୟନ୍ତ୍ରଣ କରିବାକୁ ପୁଲିସ କଡ଼ା ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଏବେ ଏହି ଅଞ୍ଚଳରେ ସାଧାରଣ ଲୋକ ଭୟଭୀତ ହୋଇ ରହୁଛନ୍ତି। ତେବେ ଏପରି ଏକ ଅଭାବନୀୟ ଘଟଣା ଘଟିଛି। ଦିଗପହଣ୍ଡି ଥାନା ଅନ୍ତର୍ଗତ ମୋହଡାରେ ଦୃବୃର୍ତ୍ତମାନେ ଦୁଇ ଜଣ ଯୁବକଙ୍କୁ ପିଟିପିଟି ହତ୍ୟା ପରେ ପୋଡି ରାସ୍ତା କଡରେ ପକାଇ ଦେଇଛନ୍ତି। ମୃତ ଯୁବକ ଦୁଇଜଣ ସଦର ଥାନା ଅନ୍ତର୍ଗତ ଲାଠୀ ଗ୍ରାମର ଲିଟୁ ପାଢ଼ୀ ଓ ଶିବ ଗୌଡ଼ ବୋଲି ଜଣାପଡିଛି। ଏହି ଘଟଣାରେ ସେହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯୁବକ ଦ୍ୱୟଙ୍କୁ କିଏ ଓ କାହିଁକି ହତ୍ୟା କରିଛି ସେ ଦିଗରେ ପୋଲିସ ଏବେ ଅନୁସନ୍ଧାନ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?