Posted inଜାତୀୟ

ପୋଲିସ ଗୋଇନ୍ଦା ମୁଖ୍ୟାଳୟ ଆକ୍ରମଣରେ ଆଇଏସ୍‌ଆଇର ସମ୍ପୃକ୍ତି

ଚଣ୍ଡିଗଡ଼,୧୪।୫: ପଞ୍ଜାବ ପୋଲିସର ମୋହାଲିସ୍ଥିତ ପୋଲିସ ଗୋଇନ୍ଦା ମୁଖ୍ୟାଳୟରେ ହୋଇଥିବା ଆର୍‌ଫିଜି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଥିବା ୬ ଜଣଙ୍କୁ ପୋଲିସ ଗିରଫ କରିଛି। ଏହି ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନ ବାବର ଖାଲ୍‌ସା ଇଣ୍ଟରନ୍ୟାଶନାଲ(ବିକେଆଇ) ଏବଂ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସମ୍ପୃକ୍ତ ଥିବା ପୋଲିସ ପକ୍ଷରୁ କୁହାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି। ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ମଧ୍ୟ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଡିଜିପି ଭି.କେ. ଭାଓରା କହିଛନ୍ତି।

ସୋମବାର ଆତଙ୍କବାଦୀମାନେ ମୋହାଲି ସେକ୍ଟର ୭୭ସ୍ଥିତ ପୋଲିସ ଗୋଇନ୍ଦା ମୁଖ୍ୟାଳୟ ଉପରକୁ ରକେଟ-ପ୍ରୋପେଲ୍ଡ ଗ୍ରେନେଟ ଆକ୍ରମଣ କରିଥିଲେ। ଆଇଏସ୍‌ଆଇ ତରଫରୁ ବିକେଆଇ-ଗ୍ୟାଙ୍ଗଷ୍ଟର ଆକ୍ରମଣ କରିଥିବା ବେଳେ ତର୍ନ ତରନ ଅଞ୍ଚଳର ଲଖବୀର ସିଂ ଓରଫ ଲଣ୍ଡା ସେମାନଙ୍କୁ ସମସ୍ତ ସହାୟତା ଯୋଗାଇଦେଇଥିଲେ ବୋଲି ଡିଜିପି କହିଛନ୍ତି। ପାକିସ୍ତାନୀ ଗ୍ୟାଙ୍ଗଷ୍ଟରରୁ ଆତଙ୍କବାଦୀ ହୋଇଥିବା ହରିବନ୍ଦର ସିଂ ରିଣ୍ଡାଙ୍କର ସେ ଘନିଷ୍ଠ ସହଯୋଗୀ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?