Posted inଜାତୀୟ

ମୋହାଲି ଏମଏମଏସ ମାମଲା: ଛାତ୍ରଙ୍କ ଧାରଣା ପ୍ରଦର୍ଶନ ଶେଷ, ହଟିଲେ ୱାର୍ଡନ, ୬ ଦିନ ପାଇଁ ବନ୍ଦ ରହିବ ବିଶ୍ୱବିଦ୍ୟାଳୟ

ମୋହାଲି,୧୯ ।୯: ଚଣ୍ଡିଗଡ଼ର ଏକ ବିଶ୍ୱବିଦ୍ୟାଳୟରେ ବିଦ୍ୟାର୍ଥୀଙ୍କ ବିରୋଧ ପ୍ରଦର୍ଶନ ରବିବାର ବିଳମ୍ବିତ ରାତିରେ ଶେଷ ହୋଇଛି । ଛାତ୍ରଙ୍କ ଦାବି ପୂରଣ ହେବାରୁ ବିରୋଧ ପ୍ରଦର୍ଶନ ଶେଷ ହୋଇଛି । ଡିସି ଓ ଆଇଜିଙ୍କ ଉପସ୍ଥିତିରେ ସମସ୍ତ ଦାବିକୁ ମାନି ନିଆଯାଇଛି । ଏହାସହ ବିରୋଧ ପ୍ରଦର୍ଶନ କରିଥିବା ଛାତ୍ରଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି କୁହାଯାଇଛି । ପୁଣି ହଷ୍ଟେଲ ୱାର୍ଡନଙ୍କୁ ମଧ୍ୟ ବଦଳାଇ ଦିଆଯିବ ।
ଗଣମାଧ୍ୟମର ସୂଚନା ଅନୁଯାୟୀ, ୟୁନିଭର୍ସିଟିକୁ ୬ ଦିନ ପାଇଁ ବନ୍ଦ କରି ଦିଆଯାଇଛି । ହଷ୍ଟେଲର ଟାଇମିଂ ବଦଳି ଯାଇଛି । ଏବେ ବିଦ୍ୟାର୍ଥୀମାନେ କ୍ୟାମ୍ପସ ଛାଡୁଥିବା ଦେଖାଯାଇଛି । ଆହୁରି ମଧ୍ୟ ଛାତ୍ରୀଙ୍କୁ ହଷ୍ଟେଲରେ ପୋଷାକ ଉପରେ କୌଣସି କଟକଣା ରହିବ ନାହିଁ । ଏହି ମାମଲାରେ ଏବେ ପର୍ଯ୍ୟନ୍ତ ୩ ଜଣଙ୍କୁ ଗିରଫ କରାଯାଇଛି । ଭିଡିଓ କରୁଥିବା ଛାତ୍ରୀ, ତାଙ୍କ ବୟଫ୍ରେଣ୍ଡ ଓ ତାଙ୍କର ଜଣେ ବନ୍ଧୁଙ୍କୁ ଗିରଫ କରାଯାଇଛି ।
ସୂଚନାଯୋଗ୍ୟ, ଚଣ୍ଡିଗଡ଼ ୟୁନିଭର୍ସିଟିରେ କେତେଜଣ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଭାଇରାଲ ହେବା ପରେ ଏହି ଖବର ପ୍ରଚାର ପ୍ରସାର ହୋଇଯାଇଥିଲା । ଏହା ଜଣାପଡିବା ପରେ ଶନିବାର ରାତିରେ ବିଦ୍ୟାର୍ଥୀମାନେ ବିରୋଧ ପ୍ରଦର୍ଶନ କରିଥିଲେ । ଏମାନଙ୍କୁ ହଟାଇବାକୁ ଚେଷ୍ଟା କରିଥିବା ପୋଲିସ ସହ ବି ଏମାନେ ମୁହାଁମୁହିଁ ହୋଇଥିଲେ । ଅଭିଯୋଗ ହୋଇଥିଲା କି ଏହି ଘଟଣା ପରେ ଯେଉଁମାନଙ୍କର ଭିଡିଓ ଭାଇରାଲ ହୋଇଥିଲା ସେମାନଙ୍କ ମଧ୍ୟରୁ କେତେଜଣ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ହେଲେ ପୋଲିସ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?