ଆତ୍ମବିଶ୍ୱାସ ଅଛି, ଯେତେବେଳେ ତୁମେ ୯୧୧କୁ ଡାଏଲ କରିବ ସେତେବେଳେ…

ନୂଆଦିଲ୍ଲୀ/ମାଲେ,୧୧ା୮: ମାଳଦ୍ୱୀପର ମୁଖ୍ୟ ବିରୋଧୀ ଦଳ (ମାଳଦ୍ୱୀପ ଡେମୋକ୍ରାଟିକ୍‌ ପାର୍ଟି) ଭାରତ ପ୍ରତି ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ମନୋଭାବରେ ନମନୀୟତାକୁ ସ୍ବାଗତ କରିଛନ୍ତି। ମୁଇଜୁଙ୍କ ନେତୃତ୍ୱରେ ସରକାରଙ୍କ ଦ୍ୱାରା ଭାରତର ନୀତିରେ ହଠାତ୍‌ ପରିବର୍ତ୍ତନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି ମାଳଦ୍ୱୀପ ଡେମୋକ୍ରାଟିକ୍‌ ପାର୍ଟି କହିଛି। ଏମ୍‌ଡିପିର ଅଧ୍ୟକ୍ଷ ଅବଦୁଲ୍ଲା ଶାହିଦ ଶନିବାର ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କରଙ୍କୁ ଭେଟିଥିଲେ।

ଅବଦୁଲ୍ଲା ଜୟଶଙ୍କରଙ୍କୁ ଭେଟିବା ପରେ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଅବଦୁଲ୍ଲା ଲେଖିଛନ୍ତି, ‘ମାଳଦ୍ୱୀପକୁ ଭାରତୀୟ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍‌ ଜୟଶଙ୍କରଙ୍କ ଗସ୍ତକୁ ସ୍ବାଗତ। ଆମେ ନିଶ୍ଚିତ ଯେ, ଯେତେବେଳେ ମାଳଦ୍ୱୀପ ଇଣ୍ଟରନ୍ୟାଶନାଲ ୯୧୧କୁ ଡାଏଲ କରେ, ଭାରତ ପ୍ରଥମେ ଏହାର ଜବାବ ଦେଇଥାଏ।

ଅବଦୁଲ୍ଲା ମଧ୍ୟ ମୁଇଜୁ ସରକାରଙ୍କୁ ଟାର୍ଗେଟ କରିଥିଲେ। ସେ କହିଛନ୍ତି, ‘ଏମଡିପି’ ଏହାର ଅଧିକାରୀଙ୍କ କାର୍ଯ୍ୟକଳାପ, ମିଥ୍ୟା ଏବଂ ଦାୟିତ୍ୱହୀନ ବିବୃତ୍ତି ପାଇଁ ମୁଇଜୁ ସରକାରଙ୍କ ତରଫରୁ ଜନସାଧାରଣ କ୍ଷମା ମାଗିଛନ୍ତି। ଏହି ଦାୟିତ୍ୱହୀନ ବିବୃତ୍ତି ପାଇଁ ମାଳଦ୍ୱୀପ ବୈଦେଶିକ ଏବଂ ଅର୍ଥନୈତିକ କ୍ଷେତ୍ରରେ ବହୁ କ୍ଷତି ସହିଛି।

ଅବଦୁଲ୍ଲା, ‘ମୁଇଜୁ ସରକାର ଆକ୍ରମଣାତ୍ମକ ମନୋଭାବ ସହ ଭାରତ ବିରୋଧୀ ଭାବନାକୁ ଉତ୍ସାହିତ କରିବା ଆରମ୍ଭ କରିଥିଲେ। ତଥାପି ବର୍ତ୍ତମାନର ସରକାରଙ୍କ ମାଳଦ୍ୱୀପ-ଭାରତ ନୀତିରେ ହଠାତ୍‌ ପରିବର୍ତ୍ତନକୁ ଆମେ ସ୍ବାଗତ କରୁଛୁ, ଯାହା ପୂର୍ବ ଇଣ୍ଡିଆ ଆଉଟ୍‌ ନୀତିଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଗତ ବର୍ଷ ଭାରତ ଏବଂ ମାଳଦ୍ୱୀପ ମଧ୍ୟରେ ସମ୍ପର୍କକୁ ନେଇ ଅନେକ ତିକ୍ତତା ଦେଖାଦେଇଥିଲା।

ମାଳଦ୍ୱୀପର ରାଷ୍ଟ୍ରପତି ଭାରତକୁ ତାଙ୍କର ନିକଟତମ ସହଯୋଗୀ ବୋଲି ବର୍ଣ୍ଣନା କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ‘ଭାରତ-ମାଳଦ୍ୱୀପର ଐତିହାସିକ ଏବଂ ଘନିଷ୍ଠ ସମ୍ପର୍କ ରହିଛି।’ ଏହା ସହିତ ସେ କହିଛନ୍ତି ଯେ, ଏହି ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ତାଙ୍କ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri