Posted inଖେଳ

ପାକିସ୍ତାନର କିମ୍ବଦନ୍ତୀଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଲେ ଫିକ୍ସିଂରେ ଜଡ଼ିତ ଥିବା କ୍ରିକେଟର

ଲାହୋର,୨୮।୩ : ବଲକୁ ରିଭର୍ସ ସିଇଂ କରାଇବା ଲାଗି ଚିଟିଂ କରୁଥିଲେ କିମ୍ବଦନ୍ତୀ ପାକିସ୍ତାନ ପେସର ଓ୍ବାକର ୟୁନିସ। ଏଭଳି ମନ୍ତବ୍ୟ ଦେଇ ଅନ୍ତର୍ଜାତୀୟ ସ୍ତରରେ ୭୮୯ ଉଇକେଟ ହାତେଇଥିବା ଓ୍ବାକରଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ପାକିସ୍ତାନ ବୋଲର ତଥା ଫିକ୍ସିଂରେ ଜଡ଼ିତ ହୋଇ କ୍ରିକେଟରୁ ବିଦା ହୋଇଥିବା ମହମ୍ମଦ ଆସିଫ।

ଓ୍ବାକରଙ୍କୁ ନୂଆ ବଲରେ ବୋଲିଂ କରିବା ଜଣା ନ ଥିଲା। କ୍ୟାରିୟରର ଶେଷ ଆଡ଼କୁ ହିଁ ତାଙ୍କ ବୋଲିଂରେ ରିଭର୍ସ ସିଇଂ ଦେଖିବାକୁ ମିଳିଥିଲା। ସେଥି ପାଇଁ ଏବେ ତାଙ୍କୁ ସଫଳ ବୋଲର କୁହାଯାଉଛି। ସେ ଗତ ୨୦ ବର୍ଷ ହେଲା ଯୁବ କ୍ରିକେଟରଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି। ହେଲେ ଏପର୍ଯ୍ୟନ୍ତ କୌଣସି ବୋଲର ସୃଷ୍ଟି କରିପାରି ନାହାନ୍ତି, ଯିଏ କି ରିଭର୍ସ ସୁଇଂ କରିପାରୁ ଥିବ। ଏହା ଦକ୍ଷତା ଉପରେ ପ୍ରଶ୍ନ ଉଠାଉଛି ବୋଲି ପାକିସ୍ତାନର ଏଆରଓ୍ବାଇ ନାମକ ଏକ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ଆସିଫ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୦ରେ ପାକିସ୍ତାନ ଜାତୀୟ ଦଳର ଇଂଲଣ୍ଡ ଗସ୍ତବେଳେ ଆସିଫ ସ୍ପଟ୍‌ ଫିକ୍ସିଂ କରି କ୍ରିକେଟରୁ ବାସନ୍ଦ ହୋଇଥିଲେ। ଏଥି ନେଇ ତାଙ୍କୁ ଜେଲ ଯିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri